Posted inରାଜ୍ୟ

ଭୁବନେଶ୍ୱର, ବ୍ରହ୍ମପୁରରେ ମହିଳା, କଟକ ଅଣସଂରକ୍ଷିତ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପୌର ନିର୍ବାଚନ କରାଇବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ହୋଇଛି। ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଭୁବନେଶ୍ୱର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଥିବାବେଳେ କଟକ ଅଣସଂରକ୍ଷିତ ରହିଛି। ତେବେ ଏଥର ପଛୁଆବର୍ଗଙ୍କ ପାଇଁ କୌଣସି ସଂରକ୍ଷଣ ବ୍ୟବସ୍ଥା ରହିନାହିଁ। ସେହିପରି ବ୍ରହ୍ମପୁର, କଟକ, ଭୁବନେଶ୍ୱର ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ମଧ୍ୟ ଚୂଡ଼ାନ୍ତ ହୋଇଛି। ସୀମା ନିର୍ଦ୍ଧାରଣ ସହ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ବ୍ରହ୍ମପୁରର ମୋଟ୍‌ ୪୨ଟି ୱାର୍ଡରୁ ୨୩ଟି ୱାର୍ଡ ସଂରକ୍ଷିତ ରହିଛି। କଟକରେ ମୋଟ୍‌ ୫୯ଟି ୱାର୍ଡରୁ ୩୩ଟି ୱାର୍ଡ ସଂରକ୍ଷିତ ରହିଛି। ଭୁବନେଶ୍ୱରର ୬୭ଟି ୱାର୍ଡରୁ ୩୮ଟି ସଂରକ୍ଷିତ ନେଇ ତାଲିକା ପ୍ରକାଶ ପାଇଛି। ବ୍ରହ୍ମପୁର ମହାନଗର ନିଗମର ୨୩ଟି ସଂରକ୍ଷିତ ଆସନରୁ ଅନୁସୂଚିତ ଜାତି ବର୍ଗର ମହିଳାଙ୍କ ପାଇଁ ୨ଟି, ଅନୁସୂଚିତ ଜନଜାତି ପାଇଁ ୨, ଅନୁସୂଚିତ ଜନଜାତି ମହିଳା ପାଇଁ ଗୋଟିଏ ଆସନ ସଂରକ୍ଷିତ ରହିଛି। ବଳକା ଆସନଗୁଡ଼ିକରେ କେବଳ ମହିଳା ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦ୍ୱିତା କରିପାରିବେ। ଭୁବନେଶ୍ୱର ମହାନଗର ନିଗମର ୬୭ ୱାର୍ଡ ମଧ୍ୟରୁ ୩୮ଟି ସଂରକ୍ଷିତ ରହିଛି। ସେଥିରୁ ଅନୁସୂଚିତ ଜାତିର ମହିଳା ପାଇଁ ୩, ଅନୁସୂଚିତ ଜାତି ପାଇଁ ୩ , ଅନୁସୂଚିତ ଜନଜାତିର ମହିଳାଙ୍କ ପାଇଁ ୨, ଅନୁସୂଚିତ ଜନଜାତି ପାଇଁ ଗୋଟିଏ ଆସନ ରହିଛି। ଅନ୍ୟ ସମସ୍ତ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ହୋଇ ରହିବ। କଟକ ମହାନଗର ନିଗମର ୫୯ ୱାର୍ଡ ମଧ୍ୟରୁ ୩୩ଟି ସଂରକ୍ଷିତ ରହିଛି। ଏହା ମଧ୍ୟରୁ ଅନୁସୂଚିତ ଜାତିର ମହିଳା ପାଇଁ ୪, ଅନୁସୂଚିତ ଜାତି ପାଇଁ ୩ ଏବଂ ଅନୁସୂଚିତ ଜନଜାତିର ମହିଳା ପାଇଁ ଗୋଟିଏ ଆସନ ସଂରକ୍ଷିତ ରହିଛି। ବଳକା ସଂରକ୍ଷିତ ସିଟ୍‌ରେ ମହିଳାମାନେ ପ୍ରାର୍ଥୀ ହେବେ। ସେହିପରି କଟକର ଅବଶିଷ୍ଟ ୱାର୍ଡ ଅଣସଂରକ୍ଷିତ ରହିଛି। ଏହାପରେ ଖୁବ୍‌ଶୀଘ୍ର ୧୦୭ ପୌରାଧ୍ୟକ୍ଷ ପଦ ପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଏନେଇ ଆସିଥିବା ଅଭିଯୋଗଗୁଡ଼ିକର ଶୁଣାଣି ଚାଲିଥିବା ବିଭାଗ ସୂତ୍ରରୁ ଜଣାପଡିଛି। ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହୋଇ ୨୮ ତାରିଖ ଯାଏ ଚାଲିବ। ଏପ୍ରିଲ କିମ୍ବା ମେ’ ସୁଦ୍ଧା ପୌର ନିର୍ବାଚନ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା

ଓ୍ବାଶିଂଟନ୍‌,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…

ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri