୨୬ ବର୍ଷର ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୨ା୮(ଅନିଲ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମଙ୍ଗଳବାର ଲଘୁଚାପ ଡିପ୍‌ ଡିପ୍ରେସନ(ଗଭୀର ଅବପାତ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହଁା ହୋଇ ବାଂଲାଦେଶର ଖେପୁରା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ। ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଲଘୁଚାପ ଏବଂ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁରର କେତେକ ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଦେବଗଡ଼, ଅନୁଗୋଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର ଏବଂ ଭଦକ୍ର ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲା ପାଇଁ ଏଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାରଠାରୁ କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଲାଗି ରହିଥିବା ବର୍ଷା ରେକର୍ଡ ଭାଙ୍ଗିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଭୁବନେଶ୍ୱରରେ ସବୁଠୁ ଅଧିକ ୨୫୯.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏହା ଅଗଷ୍ଟ ମାସରେ ଗତ ୨୬ ବର୍ଷର ଗୋଟିଏ ଦିନରେ ସର୍ବାଧିକ ବର୍ଷା ରେକର୍ଡ। ୧୯୯୭ ଅଗଷ୍ଟ ୨୦ରେ ଭୁବନେଶ୍ୱରରେ ୨୫୪.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ଏହା ପୂର୍ବରୁ ୧୯୬୯ ଜୁଲାଇ ୩୦ ତାରିଖରେ ୨୮୨.୩ ମିଲିମିଟର ବର୍ଷା ହୋଇଥିବାବେଳେ ୧୯୯୯ ଅକ୍ଟୋବର ୩୦ ତାରିଖରେ ଏଠାରେ ୪୨୬.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ମଙ୍ଗଳବାର ମଧ୍ୟ ଦ୍ୱୈତନଗରୀରେ ବର୍ଷା ହୋଇଛି। ପ୍ରବଳ ବର୍ଷା ରାଜଧାନୀରେ ଟ୍ରାଫିକ ସମସ୍ୟା ସୃଷ୍ଟି କରିଛି। ତଳିଆ ଅଞ୍ଚଳରେ ପାଣି ବୁଡ଼ି ରହିଛି। ଅନେକ ସ୍ଥାନରେ ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ପ୍ରବଳ ବର୍ଷା ଯୋଗୁ ଲୋକଙ୍କ ଆସବାବପତ୍ରଠୁ ଆରମ୍ଭ କରି ଦୋକାନରେ ଥିବା ସାମଗ୍ରୀ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। କେବଳ ରାଜଧାନୀ ନୁହେଁ, ରାଜ୍ୟର ବହୁ ଜିଲାରେ ପ୍ରବଳ ବର୍ଷା ଯୋଗୁ ଅସମ୍ଭାଳ ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟାରେ ପୁରୀର ସତ୍ୟବାଦୀରେ ୧୦୬ ମିମି ବର୍ଷା ହୋଇଥିବା ବେଳେ କଟକର କଣ୍ଟାପଡ଼ାରେ ୧୦୧, ଭଦ୍ରକର ତିହିଡ଼ିରେ ୯୭, ଢେଙ୍କାନାଳର ଭୁବନରେ ୯୬, ଭଦ୍ରକର ଭଣ୍ଡାରିପୋଖରୀରେ ୯୩, ପୁରୀ ସହରରେ ୯୦, ଭଦ୍ରକର ଚାନ୍ଦବାଲିରେ ୮୮.୯, ପିପିଲିରେ ୮୫, ଖୋର୍ଦ୍ଧାର ଜଟଣୀରେ ୮୫, କଟକରେ ୮୩.୨, ମୟୂରଭଞ୍ଜର ରାଇରଙ୍ଗପୁରରେ ୮୨, କେନ୍ଦ୍ରାପଡ଼ାର ରାଜକନିକାରେ ୮୧ ଓ ବରଗଡ଼ର ବରପାଲିରେ ୭୨ ମିମି ବର୍ଷା ରେକର୍ଡ କରାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦେଖି ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ନିରାପଦ ସ୍ଥାନକୁ ନେବା ସହିତ କ୍ଷୟକ୍ଷତି ସମ୍ପର୍କରେ ନିୟମିତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?