ଭୁବନେଶ୍ୱର, କଟକ ପାଇଁ ଚିନ୍ତା ବଢ଼ିଲା: ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରେନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୮୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କେବଳ ରାଜଧାନୀରୁ ରହିଛନ୍ତି ୧,୦୦୪। ସେହିପରି କଟକ ଜିଲାରେ ୪୯୬ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ଓ କଟକରେ ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି ଉପୁଜିଲାଣି ବୋଲି କହିଛନ୍ତି ସ୍ବାସ୍ଥ୍ୟସେବା ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର। ସେ କହିଛନ୍ତି, କଟକ ଓ ଭୁବନେଶ୍ୱରରେ ସଂକ୍ରମଣ ଅଧିକ ବଢ଼ୁଛି। ଜଣେ ଲୋକ ଏକାଧିକ ଲୋକଙ୍କୁ ସଂକ୍ରମଣ କରୁଛନ୍ତି। ଯେଉଁ କାରଣରୁ କମ୍ୟୁନିଟି ଟ୍ରାନ୍ସମିଶନ୍‌ ବା ଗୋଷ୍ଠୀ ସଂକ୍ରମଣ ଭଳି ସ୍ଥିତି ଉପୁଜିଲାଣି। ଯେହେତୁ ଭୁବନେଶ୍ୱରକୁ ଏକାଧିକ ଲୋକ ବାହାରୁ ଆସୁଛନ୍ତି ସେଥିପାଇଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି ବୋଲି ସେ କହିଛନ୍ତି। ଭୁବନେଶ୍ୱର ମାର୍କେଟ ବିଲ୍‌ଡିଂରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଯୋଗୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଏବଂ କମିଶନରେଟ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବୁଧବାର ରାତିରୁ ୪୮ଘଣ୍ଟା ପାଇଁ ସିଲ୍‌ କରାଯାଇଛି। ଫଳରେ ଏହା ଶୁକ୍ରବାର ରାତି ପର୍ଯ୍ୟନ୍ତ ଲାଗୁ ରହିବ। ଶନିବାର ଓ ରବିବାର ସପ୍ତାହାନ୍ତ ଶଟ୍‌ଡାଉନ ଥିବାରୁ ସୋମବାର ମାର୍କେଟ ବିଲ୍‌ଡିଂ ଖୋଲିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଯେଉଁଭଳି ଭାବରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି, ତାକୁ ରୋକିବା ପାଇ ନୂଆ ଷ୍ଟ୍ରାଟେଜି ବା ରଣନୀତି ଆବଶ୍ୟକ ବୋଲି ଭୁବନେଶ୍ୱର ଏମ୍ସର ପୂର୍ବତନ ନିର୍ଦ୍ଦେଶକ ଡା. ଅଶୋକ ମହାପାତ୍ର କହିଛନ୍ତି। ଏବେ ଆମକୁ ସ୍ପେଶାଲ ଷ୍ଟ୍ରାଟେଜି ନେବା ଦରକାର। ବିଶେଷକରି କଟକ ଓ ଭୁବନେଶ୍ୱରରେ କଟକଣା ଅଧିକ କରିବା ଦରକାର। ନଚେତ୍‌ ସ୍ଥିତି ଆଗକୁ ଅସମ୍ଭାଳ ହେବ। ପରିବା, ମାଛ ମାର୍କେଟ୍‌ ଓ ମଦ ଦୋକାନ ସଂକ୍ରମଣ ବୃଦ୍ଧିର ମୁଖ୍ୟ କାରଣ ବୋଲି ସେ କହିଛନ୍ତି। କାରଣ ଏହି ତିନୋଟି ସ୍ଥାନରେ ଅଧିକ ଗହଳି ହେଉଛି। ଭିଡ଼ରେ ହିଁ ସଂକ୍ରମଣ ବଢ଼ିବା ଅଧିକ ଆଶଙ୍କା ଥାଏ। ଏହି ସ୍ଥାନଗୁଡ଼ିକ ଉପରେ କଟକଣା ନ ଲଗାଇଲେ ସଂକ୍ରମଣ ଆହୁରି ବଢ଼ିବ ବୋଲି ଡା. ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?