ଭୁବନେଶ୍ବର- କଟକରେ ୩ ଘଣ୍ଟା ପ୍ରବଳ ଛେଚିବ

ଭୁବନେଶ୍ୱର,୧୯।୧୦: ଭୁବନେଶ୍ବର ଓ କଟକରେ ୩ ଘଣ୍ଟା ଯାଏ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଟୁଇନ୍‌ସିଟିକୁ ହାଇ ଆର୍ଲଟ କରାଯାଇଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷିବ। ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷେବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ ଦୁଇଦିନ ପରେ ଅର୍ଥାତ୍‌ ୨୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବେଗରେ ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପଗ୍ରହର ଏହି ଚିତ୍ର ବୟାନ କରୁଛି ଯେ ଉତ୍ତର ଆଣ୍ଡାମାନ ସାଗର ନିକଟରେ ହଲଚଲ ଆରମ୍ଭ ହୋଇଯାଇଛି।

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତି ଜିଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମୁଦ୍ର ଉପରିଭାଗର ତାପମାତ୍ରା ୩୦ରୁ ୩୨ ଡିଗ୍ରୀ ଅଧିକ ରହିଛି। ଫଳରେ ଏଠାରେ ସମୁଦ୍ର ଉପରିସ୍ଥ ବାୟୁମଣ୍ଡଳର ତାପମାତ୍ରା ବଢ଼ିଯାଇଛି। ତାପମାତ୍ରା ବଢ଼ିବା ଫଳରେ ଏଭଳି ହଲଚଲ ଆରମ୍ଭ ହୋଇଯାଇଛି। ପ୍ରକୃତରେ ଦକ୍ଷିଣ ଚାଇନା ସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି । ଧିରେ ଧିରେ ଏହା ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri