ଭୁବନେଶ୍ୱରବାସୀଙ୍କୁ ଡେଙ୍ଗୁ ଡର

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁର ପ୍ରାର୍ଦୁଭାବ ବଢି ଚାଲିଛି। ଡେଙ୍ଗୁ ନଁା ଶୁଣିଲେ ଡର ଲାଗୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଥିବାବେଳେ ଭୁବନେଶ୍ୱର ଆଗରେ ରହିଛି। ୩ ତାରିଖ ସୁଦ୍ଧା ରାଜ୍ୟରେ ୨୨ ହଜାର ୬୮ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ବେଳେ ୨ହଜାର ୩୦୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ସର୍ବାଧିକ ୧୧ଶହ ୨୫ଜଣ ଡେଙ୍ଗୁ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଥିବା ଶୁକ୍ରବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଥିଲେ। ତେବେ ଏହି ସଂକ୍ରମିତଙ୍କ ମଧ୍ୟରୁ ୨ ତାରିଖ ସୁଦ୍ଧା କେବଳ ଭୁବନେଶ୍ୱରରୁ ୧୦୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଜାନୁୟାରୀରୁ ସେପ୍ଟେମ୍ବର ୮ମାସ ମଧ୍ୟରେ ରୋଗୀଙ୍କ ସଂଖ୍ୟା ୧ହଜାର ପାର୍‌ କରିଛି। ଏହାବାଦ୍‌ ୫୭ଟି ଅଜ୍ଞାତ କେସ ନଜରକୁ ଆସିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧୯ ସୁଦ୍ଧା ରାଜ୍ୟରୁ ୧୨୨ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସହରରେ ଏହି ସଂଖ୍ୟା ୨୦ପାର୍‌ କରିଥିଲା। ଅପରପକ୍ଷେ ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଏମ୍‌ସିର ଆଭିମୁଖ୍ୟକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ବିଏମ୍‌ସି ପକ୍ଷରୁ ସହରରେ ଡେଙ୍ଗୁ ସଚେତନତା ସୃଷ୍ଟି କରିବା ପାଇଁ ସପ୍ତାହର ପ୍ରତି ଗୁରୁବାର ଏବଂ ରବିବାର ଡ୍ରାଏ ଡେ’ ପାଳନ କରାଯାଉଛି। ମାତ୍ର ନିୟମିତ ଭାବେ ମଶାଧୂଆଁ ଛଡାଯାଉ ନ ଥିବାବେଳେ ମଶା ତେଲ ମଧ୍ୟ ପକାଯାଉ ନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। କେବଳ ଲୋକ ଦେଖାଣିଆ ଭାବେ କାମ ଚଳେଇବା ପାଇଁ ଡ୍ରାଏ ଡେ’ ପାଳନ କରାଯାଉଥିବା ଅଭିଯୋଗ ହେଉଛି। ସେହିପରି ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସହରର ବିଭିନ୍ନ ଓ୍ବାର୍ଡରେ ଏବେ ବି ଅଳିଆ ଆବର୍ଜନା ପଡି ରହିଛି। ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?