ଭୁବନେଶ୍ୱରବାସୀଙ୍କୁ ଡେଙ୍ଗୁ ଡର

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁର ପ୍ରାର୍ଦୁଭାବ ବଢି ଚାଲିଛି। ଡେଙ୍ଗୁ ନଁା ଶୁଣିଲେ ଡର ଲାଗୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଥିବାବେଳେ ଭୁବନେଶ୍ୱର ଆଗରେ ରହିଛି। ୩ ତାରିଖ ସୁଦ୍ଧା ରାଜ୍ୟରେ ୨୨ ହଜାର ୬୮ ଜଣଙ୍କ ନମୁନା ପରୀକ୍ଷା ହୋଇଥିବା ବେଳେ ୨ହଜାର ୩୦୯ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ସର୍ବାଧିକ ୧୧ଶହ ୨୫ଜଣ ଡେଙ୍ଗୁ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଥିବା ଶୁକ୍ରବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଥିଲେ। ତେବେ ଏହି ସଂକ୍ରମିତଙ୍କ ମଧ୍ୟରୁ ୨ ତାରିଖ ସୁଦ୍ଧା କେବଳ ଭୁବନେଶ୍ୱରରୁ ୧୦୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଜାନୁୟାରୀରୁ ସେପ୍ଟେମ୍ବର ୮ମାସ ମଧ୍ୟରେ ରୋଗୀଙ୍କ ସଂଖ୍ୟା ୧ହଜାର ପାର୍‌ କରିଛି। ଏହାବାଦ୍‌ ୫୭ଟି ଅଜ୍ଞାତ କେସ ନଜରକୁ ଆସିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧୯ ସୁଦ୍ଧା ରାଜ୍ୟରୁ ୧୨୨ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସହରରେ ଏହି ସଂଖ୍ୟା ୨୦ପାର୍‌ କରିଥିଲା। ଅପରପକ୍ଷେ ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଏମ୍‌ସିର ଆଭିମୁଖ୍ୟକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ବିଏମ୍‌ସି ପକ୍ଷରୁ ସହରରେ ଡେଙ୍ଗୁ ସଚେତନତା ସୃଷ୍ଟି କରିବା ପାଇଁ ସପ୍ତାହର ପ୍ରତି ଗୁରୁବାର ଏବଂ ରବିବାର ଡ୍ରାଏ ଡେ’ ପାଳନ କରାଯାଉଛି। ମାତ୍ର ନିୟମିତ ଭାବେ ମଶାଧୂଆଁ ଛଡାଯାଉ ନ ଥିବାବେଳେ ମଶା ତେଲ ମଧ୍ୟ ପକାଯାଉ ନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। କେବଳ ଲୋକ ଦେଖାଣିଆ ଭାବେ କାମ ଚଳେଇବା ପାଇଁ ଡ୍ରାଏ ଡେ’ ପାଳନ କରାଯାଉଥିବା ଅଭିଯୋଗ ହେଉଛି। ସେହିପରି ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ସହରର ବିଭିନ୍ନ ଓ୍ବାର୍ଡରେ ଏବେ ବି ଅଳିଆ ଆବର୍ଜନା ପଡି ରହିଛି। ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri