ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନଂ.କୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ସ୍ମାର୍ଟସିଟି ରାଙ୍କିଙ୍ଗ୍‌ରେ ୨୪ ନମ୍ବର ସ୍ଥାନକୁ ଖସି ଆସିଛି ଭୁବନେଶ୍ବର। ସେହିଭଳି ରାଉରକେଲା ୪୭ ନମ୍ବର ସ୍ଥାନରେ ରହିଛି। ରାଙ୍କିଙ୍ଗ୍‌ ନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରଣାଳୟ ଅନୁମୋଦିତ ଜିଏମ୍‌ଆଇଏସ୍‌ (ଜିଓସ୍ପାଟିଆଲ୍‌ ମ୍ୟାନେଜ୍‌ମେଣ୍ଟ ଇନ୍‌ଫର୍‌ମେସନ୍‌ ସିଷ୍ଟମ୍‌) ରିପୋର୍ଟରୁ ତଥ୍ୟ ମିଳିଛି। ଦେଶରେ ୨୦୧୫ରେ ଆରମ୍ଭ ହୋଇଥିବା ସ୍ମାର୍ଟସିଟି ମିଶନରେ ୪ଟି ପର୍ଯ୍ୟାୟରେ ମୋଟ୍‌ ୧୦୦ଟି ସହର ସ୍ଥାନିତ ହୋଇଥିଲା। ୨୦୧୬ରେ ଏହି ତାଲିକାରେ ଭୁବନେଶ୍ୱରେ ୧ନମ୍ବର ସ୍ଥାନରେ ରହିଥିଲା। ସହରରେ ମୋ ବସ, ମୋ ସାଇକେଲ, ସବୁ ସ୍ଥାନରେ ୱାଇଫାଇ ସୁବିଧା, ସ୍ମାର୍ଟ ଟ୍ରାଫିକ ବ୍ୟବସ୍ଥା, ମଲ୍ଟି କାର ପାର୍କିଂ ସିଷ୍ଟମ, ସ୍ମାର୍ଟ ଜନପଥ ଭଳି ମୋଟ୍‌ ୩୫ଟି ପ୍ରକଳ୍ପ କରିବାକୁ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ଦାୟିତ୍ୱ ନେଇଥିଲା। ପରେ ସ୍ମାର୍ଟସିଟି ତାଲିକାରେ ଓଡ଼ିଶାରୁ ଦ୍ୱିତୀୟ ସହର ଭାବେ ରାଉରକେଲା ସ୍ଥାନିତ ହୋଇଥିଲା। ଏହି ଦୁଇ ସହରର ୯୯ଟି ପ୍ରକଳ୍ପ ପାଇଁ ୩୬୭୨.୬୩ କୋଟି ଖର୍ଚ୍ଚ କରାଯାଉଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧା ଅଧା ଅର୍ଥରେ ତିଆରି ହୋଉଥିବା ପ୍ରକଳ୍ପ ଭିତରେ ଭୁବନେଶ୍ବରରେ ୩୫ଟି ଓ ରାଉରକେଲାରେ ୬୪ଟି ପ୍ରକଳ୍ପ ହାତକୁ ନିଆଯାଇଛି। ୨୦୨୪ରେ ସ୍ମାର୍ଟସିଟି ପ୍ରକଳ୍ପ ଅବଧି ସରିବାକୁ ଥିବାବେଳେ ୮ବର୍ଷ ମଧ୍ୟରେ ନିର୍ଦ୍ଧାରିତ ପ୍ରକଳ୍ପ ମଧ୍ୟରୁ ମାତ୍ର ୨୮ଟି ପ୍ରକଳ୍ପ କାର୍ଯ୍ୟ କରିଛି ବିଏସ୍‌ସିଏଲ୍‌। ପୁଣି ମଧ୍ୟରୁ କିଛି ପୂର୍ଣ୍ଣାଙ୍ଗ ଥିବାବେଳେ ଆଉକିଛି ଅଧାରେ ରହିଛି। ଏଭଳି ଅନେକ କାରଣରୁ ଭୁବନେଶ୍ୱର ସ୍ମାର୍ଟସିଟି ର଼୍ୟାଙ୍କିଙ୍ଗ୍‌ରେ ତଳକୁ ଖସି ଚାଲିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri