ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରି ସାରା ଦେଶରେ ବିକାଶର ନୂଆ ଧାରା ସୃଷ୍ଟି କରିଛି। ବିଧାନସଭା ସମ୍ମୁଖ ଗାନ୍ଧୀ ମାର୍ଗରେ ଗୁରୁବାର ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏହା କହିଛନ୍ତି। ଭୁବନେଶ୍ୱର ମହାନଗର ନିଗମ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ତିନିଦିନିଆ ଉତ୍ସବ ଆରମ୍ଭ ହୋଇଛି। ତେବେ ଉତ୍ସବର ଉଦ୍‌ଘାଟନ ଅବସରରେ ଆୟୋଜିତ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରି ବାଚସ୍ପତି ଆରୁଖ କହିଲେ, ୨୦୧୬ରେ ଭୁବନେଶ୍ୱରକୁ ଦେଶର ସ୍ମାର୍ଟ ସହର ଭାବେ ବଛାଯିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ଭୁବନେଶ୍ୱରକୁ ଆହୁରି ସମୃଦ୍ଧ ଏବଂ ପ୍ରଗତିଶୀଳ କରିବା ପାଇଁ ସେ ଆହ୍ବାନ ଦେଇଥିଲେ।
ବିଶିଷ୍ଟ ଅତିଥି ଭାବେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇ ଭୁବନେଶ୍ୱର ପ୍ରତିଷ୍ଠା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଉତ୍କଳକେଶରୀ ଡ. ହରେକୃଷ୍ଣ ମହତାବ, ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ଓ ଅନ୍ୟ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ଏକ ଐତିହାସିକ ପୃଷ୍ଠଭୂମି ଉପରେ ରାଜଧାନୀ ଭୁବନେଶ୍ୱର ଗଢ଼ାହୋଇଥିବା କହିଥିଲେ। ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ କହିଲେ, ମାତ୍ର ହାତଗଣତି କିଛି ଜଣଙ୍କ ମିଳିତ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ରାଜଧାନୀ ପ୍ରତିଷ୍ଠା ଦିବସ ଏକ ମହାଦ୍ରୁମରେ ପରିଣତ ହୋଇଛି। ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ କହିଲେ, ସମସ୍ତଙ୍କ ସହଯୋଗରେ ଭୁବନେଶ୍ୱରର ବିକାଶ ତ୍ୱରାନ୍ବ୍ବିତ ହେଉଛି। ବ୍ୟାପକ ବୃକ୍ଷରୋପଣ ଜରିଆରେ ଭୁବନେଶ୍ୱରକୁ ଏକ ସୁନ୍ଦର ସହରରେ ପରିଣତ କରିବା ପାଇଁ ସେ ଆହ୍ବାନ ଦେଇଥିଲେ। ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଓ (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ସହରର ଅଧିକ ବିକାଶ ଉପରେ ମତ ରଖିଥିଲେ। ବିଶିଷ୍ଟ ଅତିଥି ଭାବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏବଂ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦେଇଥିଲେ। ବିଏମ୍‌ସି ମେୟର ସୁଲୋଚନା ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ। ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ଉପାଧ୍ୟକ୍ଷ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଓ ସାଧାରଣ ସମ୍ପାଦକ ସନତ ମିଶ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପରେଡ୍‌ରେ ଭୁବନେଶ୍ୱରର ୧୮ ସରକାରୀ ତଥା ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ଓଏସ୍‌ଏପି ସପ୍ତମ ବାଟାଲିୟନ୍‌ର ବ୍ୟାଣ୍ଡଦଳ, ସିଆର୍‌ପିଏଫ୍‌ ବ୍ୟାଣ୍ଡ, ସୈନିକ ସ୍କୁଲ ବ୍ୟାଣ୍ଡ୍‌, ଓଡ଼ିଶା ସ୍କେଟିଂ ଏକାଡେମୀ ଏବଂ ମହର୍ଷି କଲେଜର ଡେୟାରଡେଭିଲ୍ସ ଟିମ୍‌ର ଛାତ୍ରୀଛାତ୍ର ଯୋଗଦେଇଥିଲେ। ପରେଡ୍‌କୁ ସୁଷମା ମହାନ୍ତି ପରିଚାଳନା କରିଥିଲେ। ଏହି ଅବସରରେ ସୂଚନା ଭବନରେ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଓ ଉତ୍କଳ ମଣ୍ଡପରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?