ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରି ସାରା ଦେଶରେ ବିକାଶର ନୂଆ ଧାରା ସୃଷ୍ଟି କରିଛି। ବିଧାନସଭା ସମ୍ମୁଖ ଗାନ୍ଧୀ ମାର୍ଗରେ ଗୁରୁବାର ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏହା କହିଛନ୍ତି। ଭୁବନେଶ୍ୱର ମହାନଗର ନିଗମ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ପକ୍ଷରୁ ତିନିଦିନିଆ ଉତ୍ସବ ଆରମ୍ଭ ହୋଇଛି। ତେବେ ଉତ୍ସବର ଉଦ୍‌ଘାଟନ ଅବସରରେ ଆୟୋଜିତ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରି ବାଚସ୍ପତି ଆରୁଖ କହିଲେ, ୨୦୧୬ରେ ଭୁବନେଶ୍ୱରକୁ ଦେଶର ସ୍ମାର୍ଟ ସହର ଭାବେ ବଛାଯିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ଭୁବନେଶ୍ୱରକୁ ଆହୁରି ସମୃଦ୍ଧ ଏବଂ ପ୍ରଗତିଶୀଳ କରିବା ପାଇଁ ସେ ଆହ୍ବାନ ଦେଇଥିଲେ।
ବିଶିଷ୍ଟ ଅତିଥି ଭାବେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇ ଭୁବନେଶ୍ୱର ପ୍ରତିଷ୍ଠା କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଉତ୍କଳକେଶରୀ ଡ. ହରେକୃଷ୍ଣ ମହତାବ, ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ଓ ଅନ୍ୟ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ଏକ ଐତିହାସିକ ପୃଷ୍ଠଭୂମି ଉପରେ ରାଜଧାନୀ ଭୁବନେଶ୍ୱର ଗଢ଼ାହୋଇଥିବା କହିଥିଲେ। ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ କହିଲେ, ମାତ୍ର ହାତଗଣତି କିଛି ଜଣଙ୍କ ମିଳିତ ଉଦ୍ୟମରେ ଆରମ୍ଭ ହୋଇଥିବା ଏହି ରାଜଧାନୀ ପ୍ରତିଷ୍ଠା ଦିବସ ଏକ ମହାଦ୍ରୁମରେ ପରିଣତ ହୋଇଛି। ବରିଷ୍ଠ ବିଧାୟକ ସୁରେଶ କୁମାର ରାଉତରାୟ କହିଲେ, ସମସ୍ତଙ୍କ ସହଯୋଗରେ ଭୁବନେଶ୍ୱରର ବିକାଶ ତ୍ୱରାନ୍ବ୍ବିତ ହେଉଛି। ବ୍ୟାପକ ବୃକ୍ଷରୋପଣ ଜରିଆରେ ଭୁବନେଶ୍ୱରକୁ ଏକ ସୁନ୍ଦର ସହରରେ ପରିଣତ କରିବା ପାଇଁ ସେ ଆହ୍ବାନ ଦେଇଥିଲେ। ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଓ (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ସହରର ଅଧିକ ବିକାଶ ଉପରେ ମତ ରଖିଥିଲେ। ବିଶିଷ୍ଟ ଅତିଥି ଭାବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏବଂ ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦେଇଥିଲେ। ବିଏମ୍‌ସି ମେୟର ସୁଲୋଚନା ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ। ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ଉପାଧ୍ୟକ୍ଷ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଓ ସାଧାରଣ ସମ୍ପାଦକ ସନତ ମିଶ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପରେଡ୍‌ରେ ଭୁବନେଶ୍ୱରର ୧୮ ସରକାରୀ ତଥା ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ଓଏସ୍‌ଏପି ସପ୍ତମ ବାଟାଲିୟନ୍‌ର ବ୍ୟାଣ୍ଡଦଳ, ସିଆର୍‌ପିଏଫ୍‌ ବ୍ୟାଣ୍ଡ, ସୈନିକ ସ୍କୁଲ ବ୍ୟାଣ୍ଡ୍‌, ଓଡ଼ିଶା ସ୍କେଟିଂ ଏକାଡେମୀ ଏବଂ ମହର୍ଷି କଲେଜର ଡେୟାରଡେଭିଲ୍ସ ଟିମ୍‌ର ଛାତ୍ରୀଛାତ୍ର ଯୋଗଦେଇଥିଲେ। ପରେଡ୍‌କୁ ସୁଷମା ମହାନ୍ତି ପରିଚାଳନା କରିଥିଲେ। ଏହି ଅବସରରେ ସୂଚନା ଭବନରେ ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଓ ଉତ୍କଳ ମଣ୍ଡପରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri