୨୩ରୁ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଯୋଗଦେବେ ୧୦ ଦେଶ, ୨୨ ରାଜ୍ୟର ବ୍ୟବସାୟୀ

ଭୁବନେଶ୍ୱର,୨୦ା୫(ଅନୁରାଧା ମହାରଣା): ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆସନ୍ତା ୨୩ ତାରିଖରୁ ୧୧ତମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୫ ଆରମ୍ଭ ହେବ। ଜୁନ୍‌ ୨ ଯାଏ ଏହି ମେଳା ଚାଲିବ।

ରେଡକ୍ରସ୍‌ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟର ପରିଚାଳନା ନିର୍ଦ୍ଦେଶକ ସୁଜିତ କୁମାର ଗୁପ୍ତା, ନିର୍ଦ୍ଦେଶକ ପାୟଲ ଆଚାର୍ଯ୍ୟ ଗୁପ୍ତା, ଦୀପକ ମହାନ୍ତି, ପ୍ରପର୍ଟି ବ୍ରାଣ୍ଡ୍‌ ପରିଚାଳନା ନିର୍ଦ୍ଦେଶକ ସଚିନ ସିଂହ ଓ ରଶ୍ମିରଞ୍ଜନ କାନୁନ୍‌ଗୋ ଉପସ୍ଥିତ ରହି ମେଳା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।

ଏହି ମଲ୍ଟି ସେକ୍ଟର ବିଟୁବି ଏବଂ ବିଟୁସି ପ୍ରଦର୍ଶନୀରେ ୨୨ଟି ରାଜ୍ୟ ଓ ୧୦ଟି ଦେଶରୁ ବ୍ୟବସାୟୀ ଯୋଗଦେବେ। ୪୫୦ ଷ୍ଟଲରେ ୧ଲକ୍ଷରୁ ଅଧିକ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଉତ୍ପାଦ ଏଠାରେ ଉପଲବ୍ଧ ହେବ। ରିଏଲ ଇଷ୍ଟେଟ, ଷ୍ଟାର୍ଟ ଅପ୍‌ କମ୍ପାନୀ, ଉତ୍ପାଦକ, ବିକାଶକାରୀ, ବ୍ୟାଙ୍କ, ନିର୍ମାଣ ସାମଗ୍ରୀ, ହାର୍ଡୱେର୍‌, ଆସବାବପତ୍ର, ଆଭ୍ୟନ୍ତରୀଣ, ଶିକ୍ଷା, ଘର ସାଜସଜ୍ଜା ସାମଗ୍ରୀ ପାଇପାରିବେ। ଥାଇଲ୍ୟାଣ୍ଡର ଅଳଙ୍କାର ଓ ଫୁଟ୍‌ ଓ୍ବେର୍‌, କୋରିଆ ଲେଡ଼ିଜ୍‌ ଆସେସୋରିଜ୍‌, ଥାଇ ଫୁଲ, ଆଫଗାନିସ୍ତାନ ଡ୍ରାଏ ଫ୍ରୁଟସ୍‌, ଦୁବାଇ କପଡ଼ା, ରାଜସ୍ଥାନୀ ମାର୍ବଲ, ଇରାନୀ ପର୍ସିଆନ କାର୍ପେଟ, ତୁର୍କୀ ମିଠା, କାଶ୍ମୀରୀ ଫର୍ନିଚର, ଇରାନୀ ଗହଣା, ମାଲେସିଆର ଫାଉଣ୍ଟେନ୍‌ ଏବଂ ବାଲାଂଦେଶୀ ହ୍ୟାଣ୍ଡଲୁମ ସହ ଭାରତୀୟ ହସ୍ତତନ୍ତ ଉତ୍ପାଦମାନ ଏହି ମେଳାରେ ଉପଲବ୍ଧ ହେବ।

ଫୁଡ୍‌ ଜୋନରେ ଚମ୍ପାରନ୍‌ ମଟନଠାରୁ ଆରମ୍ଭ କରି ଗ୍ରାହକ ସୁସ୍ବାଦୁ ଖାଦ୍ୟ ମଜା ପାଇପାରିବେ। ପ୍ରତିଦିନ ଅପରାହ୍ନ ୨ଟା ୩୦ ରାତି ୧୦ ଟା ଯାଏ ମେଳା ଖୋଲାରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri