୨୩ରୁ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଯୋଗଦେବେ ୧୦ ଦେଶ, ୨୨ ରାଜ୍ୟର ବ୍ୟବସାୟୀ

ଭୁବନେଶ୍ୱର,୨୦ା୫(ଅନୁରାଧା ମହାରଣା): ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆସନ୍ତା ୨୩ ତାରିଖରୁ ୧୧ତମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୫ ଆରମ୍ଭ ହେବ। ଜୁନ୍‌ ୨ ଯାଏ ଏହି ମେଳା ଚାଲିବ।

ରେଡକ୍ରସ୍‌ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟର ପରିଚାଳନା ନିର୍ଦ୍ଦେଶକ ସୁଜିତ କୁମାର ଗୁପ୍ତା, ନିର୍ଦ୍ଦେଶକ ପାୟଲ ଆଚାର୍ଯ୍ୟ ଗୁପ୍ତା, ଦୀପକ ମହାନ୍ତି, ପ୍ରପର୍ଟି ବ୍ରାଣ୍ଡ୍‌ ପରିଚାଳନା ନିର୍ଦ୍ଦେଶକ ସଚିନ ସିଂହ ଓ ରଶ୍ମିରଞ୍ଜନ କାନୁନ୍‌ଗୋ ଉପସ୍ଥିତ ରହି ମେଳା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି।

ଏହି ମଲ୍ଟି ସେକ୍ଟର ବିଟୁବି ଏବଂ ବିଟୁସି ପ୍ରଦର୍ଶନୀରେ ୨୨ଟି ରାଜ୍ୟ ଓ ୧୦ଟି ଦେଶରୁ ବ୍ୟବସାୟୀ ଯୋଗଦେବେ। ୪୫୦ ଷ୍ଟଲରେ ୧ଲକ୍ଷରୁ ଅଧିକ ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଉତ୍ପାଦ ଏଠାରେ ଉପଲବ୍ଧ ହେବ। ରିଏଲ ଇଷ୍ଟେଟ, ଷ୍ଟାର୍ଟ ଅପ୍‌ କମ୍ପାନୀ, ଉତ୍ପାଦକ, ବିକାଶକାରୀ, ବ୍ୟାଙ୍କ, ନିର୍ମାଣ ସାମଗ୍ରୀ, ହାର୍ଡୱେର୍‌, ଆସବାବପତ୍ର, ଆଭ୍ୟନ୍ତରୀଣ, ଶିକ୍ଷା, ଘର ସାଜସଜ୍ଜା ସାମଗ୍ରୀ ପାଇପାରିବେ। ଥାଇଲ୍ୟାଣ୍ଡର ଅଳଙ୍କାର ଓ ଫୁଟ୍‌ ଓ୍ବେର୍‌, କୋରିଆ ଲେଡ଼ିଜ୍‌ ଆସେସୋରିଜ୍‌, ଥାଇ ଫୁଲ, ଆଫଗାନିସ୍ତାନ ଡ୍ରାଏ ଫ୍ରୁଟସ୍‌, ଦୁବାଇ କପଡ଼ା, ରାଜସ୍ଥାନୀ ମାର୍ବଲ, ଇରାନୀ ପର୍ସିଆନ କାର୍ପେଟ, ତୁର୍କୀ ମିଠା, କାଶ୍ମୀରୀ ଫର୍ନିଚର, ଇରାନୀ ଗହଣା, ମାଲେସିଆର ଫାଉଣ୍ଟେନ୍‌ ଏବଂ ବାଲାଂଦେଶୀ ହ୍ୟାଣ୍ଡଲୁମ ସହ ଭାରତୀୟ ହସ୍ତତନ୍ତ ଉତ୍ପାଦମାନ ଏହି ମେଳାରେ ଉପଲବ୍ଧ ହେବ।

ଫୁଡ୍‌ ଜୋନରେ ଚମ୍ପାରନ୍‌ ମଟନଠାରୁ ଆରମ୍ଭ କରି ଗ୍ରାହକ ସୁସ୍ବାଦୁ ଖାଦ୍ୟ ମଜା ପାଇପାରିବେ। ପ୍ରତିଦିନ ଅପରାହ୍ନ ୨ଟା ୩୦ ରାତି ୧୦ ଟା ଯାଏ ମେଳା ଖୋଲାରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri