Posted inଖେଳ

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ଭୁବନେଶ୍ୱର

ଦୁବାଇ, ୯ା୪ (ପି.ଟି.)-ମାର୍ଚ୍ଚ ମାସ ପାଇଁ ଆଇସିସି ‘ପ୍ଲେୟର ଅଫ୍‌ ଦି ମନ୍ଥ’ ଦୌଡ଼ରେ ରହିଥିବା କ୍ରିକେଟରମାନଙ୍କ ମଧ୍ୟରେ ଭାରତର ଅଭିଜ୍ଞ ସିମ୍‌ ବୋଲର ଭୁବନେଶ୍ୱର କୁମାର ଅନ୍ୟତମ। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ମ୍ୟାଚଗୁଡ଼ିକରେ ତାଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ରହିଥିଲା। ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍‌ରେ ଯେଉଁ ପୁରୁଷ ଓ ମହିଳା କ୍ରିକେଟରମାନେ ଉଚ୍ଚକୋଟୀର ପ୍ରଦର୍ଶନ କରିଛନ୍ତି, ସେମାନଙ୍କର ଏକ ନାମ ତାଲିକା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ତରଫରୁ ଗୁରୁବାର ଘୋଷଣା କରାଯାଇଛି। ପୁରୁଷ ବିଭାଗରେ ଭୁବନେଶ୍ୱରଙ୍କ ବ୍ୟତୀତ ଅନ୍ୟ ଯେଉଁମାନଙ୍କ ନାମ ରହିଛି, ସେମାନେ ହେଲେ ଆଫଗାନିସ୍ତାନର ଲେଗ୍‌ ସ୍ପିନର ରସିଦ୍‌ ଖାଁ ଓ ଜିମ୍ବାଓ୍ବେର ସିନ୍‌ ଓ୍ବିଲିୟମ୍ସ। ମହିଳା ବିଭାଗରେ ଯେଉଁମାନଙ୍କ ନାମ ସୁପାରିସ ହୋଇଛି, ସେମାନେ ହେଲେ ଭାରତର ରାଜଶ୍ରୀ ଗାଏକ୍ୱାଡ, ଦକ୍ଷିଣ ଆଫ୍ରିକାର ଲିଜେଲି ଲି’ ଓ ଭାରତର ପୁନମ ରାଉତ। ଭୁବନେଶ୍ୱର ଗତ ମାସରେ ଇଂଲଣ୍ଡ ବିପକ୍ଷରେ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ସେ ୪.୬୫ ଇକୋନୋମି ରେଟ୍‌ରେ ୬ ଉଇକେଟ ଅକ୍ତିଆର କରିଥିଲେ। ସେ ଆହୁରି ମଧ୍ୟ ଏହି ଦଳ ବିପକ୍ଷରେ ୫ ଅନ୍ତର୍ଜାତୀୟ ଟି୨୦ ଖେଳି ୬.୩୮ ଇକୋନୋମି ରେଟ୍‌ରେ ୪ ଉଇକେଟ ଅକ୍ତିଆର କରିଥିଲେ। ଭାରତ ଓ ଇଂଲଣ୍ଡ ହ୍ବାଇଟ ବଲ୍‌ ସିରିଜରେ ସେ ଶ୍ରେଷ୍ଠ ବୋଲର ବିବେଚିତ ହୋଇଥିଲେ। ଅନ୍ୟପକ୍ଷରେ ଜିମ୍ବାଓ୍ବେ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ତାଙ୍କ ଟିମ୍‌ ବିଜୟରେ ରସିଦ ୧୧ ଉଇକେଟ ଅକ୍ତିଆର କରିଥିଲେ। ପରେ ଅନ୍ତର୍ଜାତୀୟ ଟି୨୦ରେ ତାଙ୍କ ଦଳର ୩-୦ ବିଜୟରେ ସେ ୬ ଉଇକେଟ ହାସଲ କରିଥିଲେ। ଜିମ୍ବାଓ୍ବେର ଓ୍ବିଲିୟମ୍ସ ଆଫଗାନିସ୍ଥାନ ବିପକ୍ଷରେ ଦୁଇଟି ଟେଷ୍ଟ ଖେଳିଥିଲେ। ସେ ମୋଟ ୨୬୪ରନ ସଂଗ୍ରହ କରିଥିବାବେଳେ ୨ଟି ଉଇକେଟ ମଧ୍ୟ ଅକ୍ତିଆର କରିଥିଲେ। ସେ ଏହି ଦଳ ବିପକ୍ଷରେ ୩ ଅନ୍ତର୍ଜାତୀୟ ଟି୨୦ ମଧ୍ୟ ଖେଳିଥିଲେ। ୧୨୮.୫୭ ଷ୍ଟ୍ରାଇକ୍‌ରେଟ୍‌ରେ ୪୫ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri