ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୬।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାତାତିରେ ଆଉଟୁପାଉଟୁ ହେଉଛି। ଦୁଇଦିନ ହେବ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ଟାଇଁଟାଇଁ ଖରାକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅପରାହ୍ନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ରବିବାର ୧୭ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଭୁବନେଶ୍ୱର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୩.୨ଡିଗ୍ରୀ ରହିଥିବାବେଳେ ବୌଦ୍ଧ ୪୨.୫, ବାରିପଦା ୪୨.୪, ଟିଟିଲାଗଡ଼ ୪୨, ଝାରସୁଗୁଡ଼ା ୪୧.୮, ନୟାଗଡ଼ ଓ ସମ୍ବଲପୁର ୪୧.୫, ବଲାଙ୍ଗୀର ୪୧.୨, ତାଳଚେର ୪୧.୧, ସୁନ୍ଦରଗଡ଼ ଓ ସୋନପୁର ୪୧, କଟକ ୪୦.୮, ଅନୁଗୋଳ ଓ ବାଲେଶ୍ୱର ୪୦.୯, ଭବାନିପାଟଣା ୪୦.୬, ହୀରାକୁଦ ୪୦.୩ ଓ ମାଲକାନଗିରି ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।
ଆସନ୍ତା ୨୪ ଘଣ୍ଟାରେ ନୟାଗଡ଼, ଖୋର୍ଦ୍ଧା ଓ କଟକ ଆଦି ୩ ଜିଲାକୁ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରି କେତେକ ପରାମର୍ଶ ଦେଇଛି। ସାଧାରଣ ଜନତାଙ୍କ ପାଇଁ ଉତ୍ତାପ ସହନଶୀଳ, କିନ୍ତୁ ଅସୁରକ୍ଷିତ ଲୋକ ଯଥା ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଏହା ଅସହ୍ୟ ହୋଇପାରେ। ତେଣୁ ସେମାନେ ଏହି ସମୟରେ ଘରୁ ନ ବାହାରିବା ଲାଗି କୁହାଯାଇଛି। ଏହିସବୁ ଅଞ୍ଚଳରେ ମଧ୍ୟାହ୍ନ ସମୟରେ (ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା ଯାଏ) ବାହାରକୁ ଯିବାବେଳେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri