ରାଜଧାନୀ ଭୁବନେଶ୍ୱର ବିଶ୍ୱରେ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବୁଧବାର ରେକର୍ଡ ଭାଙ୍ଗିଥିଲା ଭୁବନେଶ୍ୱର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ବିଶ୍ୱର ସବୁଠୁ ଉତ୍ତପ୍ତ ସହର ଭାବରେ ସ୍ଥାନିତ କରାଯାଇଛି। ବୁଧବାର ଭୁବନେଶ୍ୱରରେ ତାପମାତ୍ରା ସର୍ବାଧିକ ୪୪.୨ ଡିଗ୍ରୀ ରହିଥିଲା। ଯାହାକି ସବୁ ସହରଠାରୁ ଆଗରେ ଥିଲା।

ସୂଚନାଯୋଗ୍ୟ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସ୍ଥାପନ ହେବାଠାରୁ ୧୯୪୮ରୁ ଏଯାଏ ଭୁବନେଶ୍ୱରରେ ମାର୍ଚ୍ଚ ମାସର ଏହା ସର୍ବକାଳୀନ ରେକର୍ଡ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ବୁଧବାର ରାଜ୍ୟର ୧୯ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଓ ୧୩ ସହର ୪୧ ଡିଗ୍ରୀ ଉପରେ ରହିଥିଲା। ବାରିପଦାରେ ୪୩.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱର ୪୩, ଚାନ୍ଦବାଲି ୪୨.୬, ତାଳଚେର ୪୨.୫, ମାଲକାନଗିରି, ଗଜପତି ଓ ବୌଦ୍ଧରେ ୪୨, ଅନୁଗୋଳ ୪୧.୭, ବଲାଙ୍ଗୀର ଓ ଭବାନିପାଟଣାରେ ୪୧.୫, ଟିଟିଲାଗଡ଼ ଓ ନୟାଗଡ଼ରେ ୪୧.୨, ସମ୍ବଲପୁର ଓ ସୋନପୁରରେ ୪୦.୮, କଟକ ୪୦.୬, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ୪୦.୫, ରାୟଗଡ଼ାରେ ୪୦.୧ ଡିଗ୍ରୀ ଛୁଇଁଥିଲା ପାରଦ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri