Posted inଖେଳ

ପ୍ରଥମ ମ୍ୟାଚରେ ଅଧିନାୟକତ୍ୱ କରିବେ ଭୁବନେଶ୍ୱର କୁମାର

ନୂଆଦିଲ୍ଲୀ, ୩୧ା୩ (ପି.ଟି.):ଭେଟେରାନ ଭାରତୀୟ ସିମର ଭୁବନେଶ୍ୱର କୁମାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସନରାଇଜର୍ସ ହାଇଦ୍ରାବାଦର ଓପନିଂ ମ୍ୟାଚରେ ଅଧିନାୟକତ୍ୱ କରିବେ। ଦଳର ପ୍ରକୃତ ଅଧିନାୟକ ଏଡେନ ମାରକ୍ରାମ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଜାତୀୟ ଦଳ ସହିତ ଡ୍ୟୁଟିରେ ଅଛନ୍ତି। ଶୁକ୍ରବାର ଅହମଦାବାଦରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୩ ଥର ବିଜେତା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ ଖେଳାଯିବ। ସନରାଇଜର୍ସ ହାଇଦ୍ରାବାଦ ଏହାର ଓପନିଂ ମ୍ୟାଚ ରବିବାର ହାଇଦ୍ରାବାଦଠାରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳିବ। ସୂଚନାଯୋଗ୍ୟ, ନେଦରଲାଣ୍ଡ ବିପକ୍ଷ ୨ ଅନ୍ତର୍ଜାତୀୟ ଦିଦିକିଆ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବା ଲାଗି ମାରକ୍ରାମ ବର୍ତ୍ତମାନ ଦକ୍ଷିଣ ଆଫ୍ରିକାରେ ଅଛନ୍ତି। ଏପ୍ରିଲ ୩ରେ ସେ ଭାରତରେ ପହଞ୍ଚତ୍ବେ। ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ ଲାଗି ସିଧାସଳଖ ଯୋଗ୍ୟତା ହାସଲ କରିବା ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ। ଚଳିତବର୍ଷ ପରବର୍ତ୍ତୀ ଭାଗରେ ଭାରତରେ ଏହି ଇଭେଣ୍ଟ ଖେଳାଯିବ। ଦକ୍ଷିଣ ଆଫ୍ରିକା ଏହାର ମ୍ୟାଚ ଦୁଇଟି ମାର୍ଚ୍ଚ ୩୧ ଓ ଏପ୍ରିଲ ୨ରେ ଖେଳିବ। ୨୦୧୩ ରେ ଆଇପିଏଲ୍‌ରେ ସନରାଇଜର୍ସର ପ୍ରବେଶ ପରଠାରୁ ୩୩ ବର୍ଷୀୟ ଭୁବନେଶ୍ୱର କୁମାର ଏହି ଦଳରୁ ଖେଳି ଆସୁଛନ୍ତି। ୨୦୧୯ରେ ଦଳ ତାଙ୍କ ଅଧୀନରେ ୬ଟି ଏବଂ ୨୦୨୨ରେ ଗୋଟିଏ ଗେମ୍‌ ଖେଳିଛି। ଭୁବନେଶ୍ୱରଙ୍କ ଅଧିନାୟକତ୍ୱରେ ସନରାଇଜର୍ସ ଦୁଇଟି ମ୍ୟାଚ ଜିତିଥିବା ବେଳେ ଅବଶିଷ୍ଟ ୫ଟିି ମ୍ୟାଚରେ ପରାଜିତ ହୋଇଛି। ସନରାଇଜର୍ସ ଏହାର ଦ୍ୱିତୀୟ ମ୍ୟାଚ ଏପ୍ରିଲ ୭ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଖେଳିବ। ଦକ୍ଷିଣ ଆଫ୍ରିକୀୟ ଖେଳାଳି ସେତେବେଳକୁ ଭାରତ ଚାଲିଆସିଥିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?