୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ, ଘଡ଼ଘଡ଼ି ସହ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର,୧୫ା୩: ୧୫ ଜିଲାକୁ ୩ ଘଣ୍ଟିଆ ଓ୍ବାର୍ନିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କିମି ପବନ ସମ୍ଭାବନା । ଏହାସହ ରାଜଧାନୀ ଭୁବନେଶ୍ବରକୁ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼,ଖୋର୍ଦ୍ଧା, କନ୍ଧମାଳ, କୋରାପୁଟ, ଗଞ୍ଜାମ ଜିଲାକୁ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।

କହିରଖୁଛୁ କି, କରଞ୍ଜିଆ କିଆ ଗାଁରେ ଘୂର୍ଣ୍ଣିଝଡ଼ ତାଣ୍ଡବ ଦେଖାଦେଇଛି । ପବନ ବର୍ଷାରେ ପ୍ରାୟ ୭୦ରୁ ଊର୍ଦ୍ଧ୍ବ ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି । ପବନ ଏତେ ଭୟଙ୍କର ଥିଲା ଯେ, ପବନରେ ବାଇକ ଏବଂ ଅଟୋ ମଧ୍ୟ ଉଡ଼ି ଯାଇଥିବା ସୂଚନା ରହିଛି । ଅନେକ ସ୍ଥାନରେ ଗଛ ପଡିଥିବା ଦେଖାଯାଇଛି ।

ଉତ୍ତର-ପୂର୍ବ ଉତ୍ତରପ୍ରଦେଶର ମଧ୍ୟଭାଗରୁ ଛତିଶଗଡ଼ ଉତ୍ତରପ୍ରଦେଶର ମଧ୍ୟଭାଗରୁ ଛତିଶଗଡ଼ ଦେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଥିବା ଟ୍ରଫ୍‌ ଜାରି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହିତ ବିଭିନ୍ନ ସ୍ଥାନରେ ପବନ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ।  ଝାରସୁଗୁଡ଼ା ଓ ସମ୍ୱଲପୁର ଜିଲାକୁ ହିଟ୍‌ ଓ୍ୱେଭ୍‌ ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସୋମବାର ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ବର୍ଷା ହେବାକୁ ଥିବାବେଳେ ରାୟଗଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri