ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍ଆର୍ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍ଆର୍ସି ଏହି ଡିପିଆର୍ ପ୍ରଦାନ କରିଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଗତ କିଛିଦିନ ଧରି ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଡିଏମ୍ଆର୍ସି ପକ୍ଷରୁ ଟ୍ରାଫିକ୍, ଜିଓ ଟେକ୍ନିକାଲ ଇନ୍ଭେଷ୍ଟିଗେଶନ, ପୋପୋଗ୍ରାଫିକ୍ ସର୍ଭେ, ପରିବେଶ ଓ ସାମାଜିକ ପ୍ରଭାବ ଉପରେ ସର୍ଭେ କରାଯାଇଥିଲା। ଏହା ପରେ ଡିଏମ୍ଆର୍ସି ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି।
ଡିପିଆର ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ରେଳ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ କ୍ୟାପିଟାଲ ହସ୍ପିଟାଲ, ଶିଶୁଭବନ, ବାପୁଜୀନଗର, ଭୁବନେଶ୍ୱର ରେଳ ଷ୍ଟେଶନ, ରାମ ମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଡମଣା ଛକ, ପଟିଆ ଛକ, କିଟ୍ ଛକ, ନନ୍ଦନବିହାର, ରଘୁନାଥପୁର, ନନ୍ଦନକାନନ ଜୁଲୋଜିକାଲ ପାର୍କ, ଫୁଲପୋଖରୀ, ତ୍ରିଶୂଳିଆ ଛକ ଏବଂ କଟକ ଯାଏ ଚଳାଚଳ କରିବ। ମେଟ୍ରୋ ରେଳ ୨୦ଟି ଷ୍ଟେଶନ ଦେଇ ୨୬ କିଲୋମିଟର ଯାଏ ଚାଲିବ ବୋଲି ଡିପିଆର୍ରେ ଉଲ୍ଲେଖ କରାଯାଇଛି।
ଏଥିସହିତ ପରବର୍ତ୍ତୀ ସମୟରେ ମେଟ୍ରୋ ରେଳକୁ ଖୋର୍ଦ୍ଧା, ପୁରୀ ଏବଂ କଟକ-ଭୁବନେଶ୍ୱର ସହରର ଅନ୍ୟାନ୍ୟ ସ୍ଥାନକୁ ସଂଯୋଗ କରାଯିବ। ୨୦୨୩ ଏପ୍ରିଲ ପହିଲା ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ଯାଏ ମେଟ୍ରୋ ରେଳ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ଏହାର ଡିପିଆର୍ ପ୍ରସ୍ତୁତ ପାଇଁ ରାଜ୍ୟ ସରକାର ଡିଏମ୍ଆର୍ସିକୁ ଦାୟିତ୍ୱ ଦେଇଥିଲେ। ଇତିମଧ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଅଗଷ୍ଟ ୩ ତାରିଖରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେଶନ ଲିମିଟେଡ(ବିଏମ୍ଆରସିଏଲ୍) ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ସହ ପ୍ରକଳ୍ପର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଜେନେରାଲ ମ୍ୟାନେଜର (ପ୍ରଶାସନ) ନିଯୁକ୍ତ କରିଛନ୍ତି।
ଡିଏମ୍ଆର୍ସି ପ୍ରାରମ୍ଭିକ ପର୍ଯ୍ୟାୟରେ ତ୍ରିଶୂଳିଆରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ପ୍ରତି ୧ କିଲୋମିଟର ଦୂରତାରେ ମାଟି ପରୀକ୍ଷା କରିଛି। ମୃତ୍ତିକାର କେଉଁ ସ୍ତରରେ ପଥର ଅଛି ଓ ଏହାର ସମ୍ଭାଳିବା କ୍ଷମତା କେତେ ଅଛି ସେନେଇ ସର୍ଭେ କରାଯାଇଛି। ମେଟ୍ରୋ ରେଳର ଭୂତଳ ପଥ ପାଇଁ ଯେଉଁ ପିଲାର ହେବ ତା’ର ଫାଉଣ୍ଡେଶନ ଡିଜାଇନ କିଭଳି ହେବ ସେ ସମସ୍ତ ତଥ୍ୟ ଡିପିଆର୍ରେ ଉଲ୍ଲେଖ କରାଯାଇଛି।
ବର୍ତ୍ତମାନ ଯୋଜନା ଅନୁଯାୟୀ ବିମାନବନ୍ଦରରୁ ତ୍ରିଶୂଳିଆ ଯାଏ ୨୬ କିମି ଟ୍ରଙ୍କ୍ ରୁଟ୍ରେ ୪୫୦ ସ୍ପାନ୍ ତିଆରି କରାଯିବ। ପ୍ରତି ୫୦ ମିଟର ଦୂରତାରେ ଗୋଟିଏ ଲେଖାଏ ସ୍ପାନ୍ ଛିଡ଼ା ହେବ। ସମସ୍ତ ପ୍ରକଳ୍ପରେ ପ୍ରାୟ ୮ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ପ୍ରତି ୧ କିମି ମେଟ୍ରୋ ରେଳ ରାସ୍ତା ତିଆରି ପାଇଁ ପ୍ରାୟ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି ।
ଗତ ଦୁଇଦିନ ତଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ତେଜସ୍ ରେକଯୁକ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍ର ଶୁଭାରମ୍ଭ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କୁ କଟାକ୍ଷ କରିଥିଲେ । ସେ କହିଥିଲେ, ୪-୫ ଜଣ ବାବୁ ସକାଳୁ ସକାଳୁ ଉଠି ବୁଲୁଛନ୍ତି ଆଉ ଫଟୋ ଉଠାଇ ଘୋଷଣା କରିଦେଉଛନ୍ତି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ହେବ । ମୁଁ ଯେତିକି ଜାଣିଛି କେନ୍ଦ୍ର-ରାଜ୍ୟ ମିଳିତ ଉଦ୍ୟମରେ ଏହି ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ହୁଏ । ଖାଲି ୪-୫ ବାବୁ ଯାଇ ସକାଳୁ ସକାଳୁ ବୁଲି ଫଟୋ ଉଠେଇ ଦେଲେ ମେଟ୍ରୋ ହୋଇଯାଏନି ବୋଲି କହିଥିଲେ । ଧର୍ମେନ୍ଦ୍ରଙ୍କ ଏପରି ମନ୍ତବ୍ୟର ୪୮ ଘଣ୍ଟା ପରେ ଡିଏମ୍ଆର୍ସି ରାଜ୍ୟ ସରକାରଙ୍କୁ ଡିପିଆର୍ ପ୍ରଦାନ କରିଛି।
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣ: ଚାଲିଗଲା ୨୪ ଜୀବନ
କିଭ୍,୧ା୧ରୁଷିଆ ଅଧିକୃତ ଖେର୍ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...
Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ
ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…
ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
Archives


