ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍ଆର୍ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍ଆର୍ସି ଏହି ଡିପିଆର୍ ପ୍ରଦାନ କରିଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଗତ କିଛିଦିନ ଧରି ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଡିଏମ୍ଆର୍ସି ପକ୍ଷରୁ ଟ୍ରାଫିକ୍, ଜିଓ ଟେକ୍ନିକାଲ ଇନ୍ଭେଷ୍ଟିଗେଶନ, ପୋପୋଗ୍ରାଫିକ୍ ସର୍ଭେ, ପରିବେଶ ଓ ସାମାଜିକ ପ୍ରଭାବ ଉପରେ ସର୍ଭେ କରାଯାଇଥିଲା। ଏହା ପରେ ଡିଏମ୍ଆର୍ସି ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି।
ଡିପିଆର ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ରେଳ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ କ୍ୟାପିଟାଲ ହସ୍ପିଟାଲ, ଶିଶୁଭବନ, ବାପୁଜୀନଗର, ଭୁବନେଶ୍ୱର ରେଳ ଷ୍ଟେଶନ, ରାମ ମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଡମଣା ଛକ, ପଟିଆ ଛକ, କିଟ୍ ଛକ, ନନ୍ଦନବିହାର, ରଘୁନାଥପୁର, ନନ୍ଦନକାନନ ଜୁଲୋଜିକାଲ ପାର୍କ, ଫୁଲପୋଖରୀ, ତ୍ରିଶୂଳିଆ ଛକ ଏବଂ କଟକ ଯାଏ ଚଳାଚଳ କରିବ। ମେଟ୍ରୋ ରେଳ ୨୦ଟି ଷ୍ଟେଶନ ଦେଇ ୨୬ କିଲୋମିଟର ଯାଏ ଚାଲିବ ବୋଲି ଡିପିଆର୍ରେ ଉଲ୍ଲେଖ କରାଯାଇଛି।
ଏଥିସହିତ ପରବର୍ତ୍ତୀ ସମୟରେ ମେଟ୍ରୋ ରେଳକୁ ଖୋର୍ଦ୍ଧା, ପୁରୀ ଏବଂ କଟକ-ଭୁବନେଶ୍ୱର ସହରର ଅନ୍ୟାନ୍ୟ ସ୍ଥାନକୁ ସଂଯୋଗ କରାଯିବ। ୨୦୨୩ ଏପ୍ରିଲ ପହିଲା ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ଯାଏ ମେଟ୍ରୋ ରେଳ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ଏହାର ଡିପିଆର୍ ପ୍ରସ୍ତୁତ ପାଇଁ ରାଜ୍ୟ ସରକାର ଡିଏମ୍ଆର୍ସିକୁ ଦାୟିତ୍ୱ ଦେଇଥିଲେ। ଇତିମଧ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଅଗଷ୍ଟ ୩ ତାରିଖରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେଶନ ଲିମିଟେଡ(ବିଏମ୍ଆରସିଏଲ୍) ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ସହ ପ୍ରକଳ୍ପର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଜେନେରାଲ ମ୍ୟାନେଜର (ପ୍ରଶାସନ) ନିଯୁକ୍ତ କରିଛନ୍ତି।
ଡିଏମ୍ଆର୍ସି ପ୍ରାରମ୍ଭିକ ପର୍ଯ୍ୟାୟରେ ତ୍ରିଶୂଳିଆରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ପ୍ରତି ୧ କିଲୋମିଟର ଦୂରତାରେ ମାଟି ପରୀକ୍ଷା କରିଛି। ମୃତ୍ତିକାର କେଉଁ ସ୍ତରରେ ପଥର ଅଛି ଓ ଏହାର ସମ୍ଭାଳିବା କ୍ଷମତା କେତେ ଅଛି ସେନେଇ ସର୍ଭେ କରାଯାଇଛି। ମେଟ୍ରୋ ରେଳର ଭୂତଳ ପଥ ପାଇଁ ଯେଉଁ ପିଲାର ହେବ ତା’ର ଫାଉଣ୍ଡେଶନ ଡିଜାଇନ କିଭଳି ହେବ ସେ ସମସ୍ତ ତଥ୍ୟ ଡିପିଆର୍ରେ ଉଲ୍ଲେଖ କରାଯାଇଛି।
ବର୍ତ୍ତମାନ ଯୋଜନା ଅନୁଯାୟୀ ବିମାନବନ୍ଦରରୁ ତ୍ରିଶୂଳିଆ ଯାଏ ୨୬ କିମି ଟ୍ରଙ୍କ୍ ରୁଟ୍ରେ ୪୫୦ ସ୍ପାନ୍ ତିଆରି କରାଯିବ। ପ୍ରତି ୫୦ ମିଟର ଦୂରତାରେ ଗୋଟିଏ ଲେଖାଏ ସ୍ପାନ୍ ଛିଡ଼ା ହେବ। ସମସ୍ତ ପ୍ରକଳ୍ପରେ ପ୍ରାୟ ୮ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ପ୍ରତି ୧ କିମି ମେଟ୍ରୋ ରେଳ ରାସ୍ତା ତିଆରି ପାଇଁ ପ୍ରାୟ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି ।
ଗତ ଦୁଇଦିନ ତଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ତେଜସ୍ ରେକଯୁକ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍ର ଶୁଭାରମ୍ଭ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କୁ କଟାକ୍ଷ କରିଥିଲେ । ସେ କହିଥିଲେ, ୪-୫ ଜଣ ବାବୁ ସକାଳୁ ସକାଳୁ ଉଠି ବୁଲୁଛନ୍ତି ଆଉ ଫଟୋ ଉଠାଇ ଘୋଷଣା କରିଦେଉଛନ୍ତି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ହେବ । ମୁଁ ଯେତିକି ଜାଣିଛି କେନ୍ଦ୍ର-ରାଜ୍ୟ ମିଳିତ ଉଦ୍ୟମରେ ଏହି ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ହୁଏ । ଖାଲି ୪-୫ ବାବୁ ଯାଇ ସକାଳୁ ସକାଳୁ ବୁଲି ଫଟୋ ଉଠେଇ ଦେଲେ ମେଟ୍ରୋ ହୋଇଯାଏନି ବୋଲି କହିଥିଲେ । ଧର୍ମେନ୍ଦ୍ରଙ୍କ ଏପରି ମନ୍ତବ୍ୟର ୪୮ ଘଣ୍ଟା ପରେ ଡିଏମ୍ଆର୍ସି ରାଜ୍ୟ ସରକାରଙ୍କୁ ଡିପିଆର୍ ପ୍ରଦାନ କରିଛି।
ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…
ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ
ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…
ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…
ବିଶ୍ୱର ପ୍ରଥମ ବ୍ୟାଟର୍ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା
ଗୁଆହାଟୀ,୧।୧୦: ‘ହିଟ୍ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…
ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…
ଗିଲ୍ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…
ଐତିହାସିକ ରେକର୍ଡ ହାସଲ କଲେ ହିଟ୍ମ୍ୟାନ୍: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…
ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍ର ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…
ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…
ଭୁବନେଶ୍ୱର,୧।୧୦(ସୁନିତ୍ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

