ଗାଡି ପଛରେ ସରକାରୀ ଅଫିସର ଲେଖି କରୁଥିଲେ ଗଞ୍ଜେଇ ଚାଲାଣ, ଅବକାରୀ ବିଭାଗ ହାବୁଡରେ ପଡିଗଲେ, ତା’ ପରେ…

ପାଟଣା ,୩୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ସାହାରପଡା ଦେଓ ନଦୀ ପୋଲ ଉପରୁ ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ ହୋଇଛି। ଭୁବନେଶ୍ୱର ନାର୍କୋଟିକ କରଞ୍ଜିଆ ଅବକାରୀ ବିଭାଗ ସହାୟତାରେ ଧରିବା ସହ ଗାଡିକୁ ଜବତ କରି ଗାଡି ଭିତରୁ ଏକ କ୍ୱିଣ୍ଟାଲ ୭୧ କେଜି ଗଞ୍ଜେଇ ଜବତ କରିଛି । ଏଥି ସହ ଗାଡିର ଡ୍ରାଇଭରଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇଜଣ ମାଫିଆ ଫେରାର୍‌ ହୋଇ ଯିବାରେ ସଫଳ ହୋଇଛନ୍ତି। ଉଭୟ ପୋଲିସ ଓ ଅବକାରୀ ବିଭାଗକୁ ଚକମା ଦେଇ କାର୍‌ ନମ୍ବର ପ୍ଲେଟରେ ନ୍ୟାଶନାଲ ହ୍ୟୁମାନରାଇଟସ ଏବଂ ଛେଣ୍ଡିପଦା ବ୍ଲକ ଟିମ ଅଫିସର ଲେଖି ଗତକାଲି ଅନୁଗୋଳରୁ ଜାମସେଦପୁରକୁ କାର୍‌ ଯୋଗେ ମାଫିଆମାନେ ଗଞ୍ଜେଇ ଚାଲାଣ କରୁଥିଲେ। ଏହି ସମୟରେ ନାର୍କୋଟିକ ଟିମ କୌଣସି ସୂତ୍ରରୁ ଖବରପାଇ ଗାଡିର ପିଛା କରିଥିଲା। ମାଫିଆମାନେ ପିଛା କରୁଥିବା ଜାଣି ଗାଡିକୁ କରଞ୍ଜିଆ ଦେଇ ସାହାରପଡା ଆଡ଼କୁ ନେଇ ପଳାଉଥିବା ସମୟରେ ନାର୍କୋଟିକ ଟିମ ଏବଂ କରଞ୍ଜିଆ ଅବକାରୀ ବିଭାଗ ଗୋଡ଼ାଇ ଗୋଡ଼ାଇ କାର୍‌କୁ ଦେଓ ନଦୀ ପୋଲ ନିକଟରେ ଜବତ କରିଥିଲେ। ଗୁରୁବାର ଡ୍ରାଇଭରକୁ କୋର୍ଟ ଚାଲାଣ କରିଥିବା ଅବକାରୀ ବିଭାଗ ସୂଚନା ଦେଇଛି। ଗିରଫ ଡ୍ରାଇଭର ଅନୁଗୋଳ ଛେଣ୍ଡିପଦା ଅଞ୍ଚଳ ଆଉଁଲି ଗ୍ରାମର ରାଜେଶ ସାହୁ (୩୫)। ଚଢାଉରେ ନାର୍କୋଟିକ ଟିମ ସହ କରଞ୍ଜିଆ ଅବକାରୀ ବିଭାଗ କର୍ମଚାରୀ ସାମିଲ ଥିଲେ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗିରଫ ଡ୍ରାଇଭର ପୂର୍ବରୁ ସମାନ ଢଙ୍ଗରେ ୭ ଥର ଏହି ରାସ୍ତା ଦେଇ ଗଞ୍ଜେଇ ଚାଲାଣ କରିଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri