ଗାଡି ପଛରେ ସରକାରୀ ଅଫିସର ଲେଖି କରୁଥିଲେ ଗଞ୍ଜେଇ ଚାଲାଣ, ଅବକାରୀ ବିଭାଗ ହାବୁଡରେ ପଡିଗଲେ, ତା’ ପରେ…

ପାଟଣା ,୩୦।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ସାହାରପଡା ଦେଓ ନଦୀ ପୋଲ ଉପରୁ ଏକ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ ହୋଇଛି। ଭୁବନେଶ୍ୱର ନାର୍କୋଟିକ କରଞ୍ଜିଆ ଅବକାରୀ ବିଭାଗ ସହାୟତାରେ ଧରିବା ସହ ଗାଡିକୁ ଜବତ କରି ଗାଡି ଭିତରୁ ଏକ କ୍ୱିଣ୍ଟାଲ ୭୧ କେଜି ଗଞ୍ଜେଇ ଜବତ କରିଛି । ଏଥି ସହ ଗାଡିର ଡ୍ରାଇଭରଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇଜଣ ମାଫିଆ ଫେରାର୍‌ ହୋଇ ଯିବାରେ ସଫଳ ହୋଇଛନ୍ତି। ଉଭୟ ପୋଲିସ ଓ ଅବକାରୀ ବିଭାଗକୁ ଚକମା ଦେଇ କାର୍‌ ନମ୍ବର ପ୍ଲେଟରେ ନ୍ୟାଶନାଲ ହ୍ୟୁମାନରାଇଟସ ଏବଂ ଛେଣ୍ଡିପଦା ବ୍ଲକ ଟିମ ଅଫିସର ଲେଖି ଗତକାଲି ଅନୁଗୋଳରୁ ଜାମସେଦପୁରକୁ କାର୍‌ ଯୋଗେ ମାଫିଆମାନେ ଗଞ୍ଜେଇ ଚାଲାଣ କରୁଥିଲେ। ଏହି ସମୟରେ ନାର୍କୋଟିକ ଟିମ କୌଣସି ସୂତ୍ରରୁ ଖବରପାଇ ଗାଡିର ପିଛା କରିଥିଲା। ମାଫିଆମାନେ ପିଛା କରୁଥିବା ଜାଣି ଗାଡିକୁ କରଞ୍ଜିଆ ଦେଇ ସାହାରପଡା ଆଡ଼କୁ ନେଇ ପଳାଉଥିବା ସମୟରେ ନାର୍କୋଟିକ ଟିମ ଏବଂ କରଞ୍ଜିଆ ଅବକାରୀ ବିଭାଗ ଗୋଡ଼ାଇ ଗୋଡ଼ାଇ କାର୍‌କୁ ଦେଓ ନଦୀ ପୋଲ ନିକଟରେ ଜବତ କରିଥିଲେ। ଗୁରୁବାର ଡ୍ରାଇଭରକୁ କୋର୍ଟ ଚାଲାଣ କରିଥିବା ଅବକାରୀ ବିଭାଗ ସୂଚନା ଦେଇଛି। ଗିରଫ ଡ୍ରାଇଭର ଅନୁଗୋଳ ଛେଣ୍ଡିପଦା ଅଞ୍ଚଳ ଆଉଁଲି ଗ୍ରାମର ରାଜେଶ ସାହୁ (୩୫)। ଚଢାଉରେ ନାର୍କୋଟିକ ଟିମ ସହ କରଞ୍ଜିଆ ଅବକାରୀ ବିଭାଗ କର୍ମଚାରୀ ସାମିଲ ଥିଲେ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗିରଫ ଡ୍ରାଇଭର ପୂର୍ବରୁ ସମାନ ଢଙ୍ଗରେ ୭ ଥର ଏହି ରାସ୍ତା ଦେଇ ଗଞ୍ଜେଇ ଚାଲାଣ କରିଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?