ଭୁବନେଶ୍ୱର ‘ନ୍ୟୁ ସିଟି’କୁ ଅନୁମୋଦନ

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା): ରାଜଧାନୀ ଭୁବନେଶ୍ୱରରେ ଗଢ଼ିଉଠିବ ଆଉ ଏକ ନୂଆ ସହର। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କିଛିଦିନ ତଳୁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ବୁଧବାର ରାଜ୍ୟ କ୍ୟାବିନେଟ୍‌ର ମୋହର ବାଜିଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ କହିଛନ୍ତି, ଭୁବନେଶ୍ୱର ପାଇଁ ‘ନୂଆ ସହର ଉନ୍ନୟନ’(ନ୍ୟୁ ସିଟି) ଯୋଜନାକୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛି। ଏହି ପ୍ରକଳ୍ପ ଗୋଠପାଟଣା, ମଳିପଡ଼ା ଓ ଦାଶପୁର ଅଞ୍ଚଳର ପ୍ରାୟ ୮୦୦ ଏକର ଜମିକୁ ନେଇ ହେବ। ଏହା ଏକ ବହୁ-ଅର୍ଥନୀତି ବୃଦ୍ଧି ଅଞ୍ଚଳ ରୂପେ ତିଆରିହେବ। ‘ନୂଆ ସହର’ରେ ସମସ୍ତ ଆୟ ଶ୍ରେଣୀ ପାଇଁ ସାମର୍ଥ୍ୟ ଓ ଆବଶ୍ୟକତା ଅନୁସାରେ ବିଭିନ୍ନ ପ୍ରକାରର ଘର ଉପଲବ୍ଧ ହେବ। ଏହି ସହର ଆଧୁନିକ ସୁବିଧା ସୁଯୋଗ ସହ ତିଆରିହେବ, ଯେପରିକି ବୈଠକ, ପ୍ରୋତ୍ସାହନ, ସମ୍ମିଳନୀ ଓ ପ୍ରଦର୍ଶନୀ ପାଇଁ ସୁବିଧା, ନୂଆ ଆଇଡିଆ-ଆଧାରିତ କାର୍ଯ୍ୟକ୍ଷେତ୍ର ଓ ଡାଟା ପରିଚାଳନା କେନ୍ଦ୍ର। ଲୋକଙ୍କ ସାମାଜିକ ଆବଶ୍ୟକତା ପୂରଣ ପାଇଁ ସେଣ୍ଟ୍ରାଲ ଫରେଷ୍ଟ ପାର୍କ, ଗେଟ୍‌ୱେ ପ୍ଲାଜା ଓ ଅନେକ ଖୋଲା ସାର୍ବଜନୀନ ସ୍ଥାନ ତିଆରି ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଏହି ପ୍ରକଳ୍ପ ଜଳବାୟୁ ସହନଶୀଳତା ଆଧ୍ୟାରିତ। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନୋଡାଲ ଏଜେନ୍ସି ଭାବେ ନିଯୁକ୍ତ ହୋଇଛି। ୨୦୨୫ ଜାନୁଆରୀ ୧୭ରେ ସିଙ୍ଗାପୁର ରାଷ୍ଟ୍ରପତି ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଡିଏ ଓ ସିଙ୍ଗାପୁରର ସୁର୍ବାନା ଜୁରୋଙ୍ଗ ସଂସ୍ଥା (ଏସ୍‌ଜେଆଇ) ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ, ଏସ୍‌ଜେଆଇ ନୂଆ ସହର ବା ‘ନିୟୁ ସିଟି’ ପାଇଁ ମାଷ୍ଟର ପ୍ଲାନ୍‌ ତିଆରି ଓ ଭିତ୍ତିଭୂମି ବିକାଶ ଲାଗି ପରାମର୍ଶ ଦେବ। ପୂରା ପ୍ରକଳ୍ପ ଲାଗି ବିଡିଏ ଆଗାମୀ ୧୫ ବର୍ଷରେ ୮,୧୭୯ କୋଟି ଟଙ୍କା ଖର୍ଚ୍ଚ କରିବାର ଯୋଜନା ରଖିଛି, ଯେଉଁଥିରେ ସରକାରୀ ଓ ଘରୋଇ ଅର୍ଥ ମିଶିବ। ପ୍ରଥମ ୫ ବର୍ଷ(୨୦୨୫-୨୬ରୁ ୨୦୨୯-୩୦)ରେ ରାଜ୍ୟ ବଜେଟ୍‌ରୁ ୧,୩୪୨ କୋଟି ଟଙ୍କା ଦେବାକୁ ପ୍ରସ୍ତାବ ରହିଛି, ଯେଉଁ ଅର୍ଥ ଜମିକିଣା ସହିତ ରାସ୍ତା ତିଆରି, ମୌଳିକ ସୁବିଧା, ସାର୍ବଜନୀନ ସୁବିଧା ଓ ପ୍ରଶାସନିକ ଖଚ୍ଚର୍ର୍ ପାଇଁ ବ୍ୟବହୃତ ହେବ ବୋଲି ମୁଖ୍ୟ ଶାସନ ସଚିବ ଆହୁଜା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?