ଭୁବନେଶ୍ୱର ନୂଆ ସହର ପାଇଁ ୩୩୯ ହେକ୍ଟର ଜମି ଚିହ୍ନଟ, ସିଙ୍ଗାପୁର ସହଯୋଗରେ ହେବ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୨୦ା୮: ଭୁବନେଶ୍ୱରରେ ଉଚ୍ଚମାନର ସହରୀ ଭିତ୍ତିଭୂମି ସ୍ଥାପନକୁ ଆହୁରି ଜୋରଦାର କରାଯାଇଛି। ବୁଧବାର ସୁର୍ବନା ଜୁରୋଙ୍ଗର ଅଧିକାରୀମାନେ ଗୃହ ଓ ସହରୀ ବିକାଶ ବିଭାଗର ପ୍ରମୁଖ ସଚିବ ଉଷା ପଢ଼ୀଙ୍କ ସହ ଆଲୋଚନା କରିଛନ୍ତି।

ଆଲୋଚନାରେ ସହରୀ ଭିତ୍ତିଭୂମି ଓ ପରିଚାଳିତ ସେବା ଉପରେ ଗୁରୁତ୍ୱ ଦିଆଯାଇଥିଲା, ବିଶେଷକରି ମହତ୍ତ୍ୱାକାଙ୍କ୍ଷୀ ଭୁବନେଶ୍ୱର ନୂଆ ସହର ପ୍ରକଳ୍ପ ଉପରେ। ସୁର୍ବନା ଜୁରୋଙ୍ଗ ଦକ୍ଷିଣ ଏସିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅବିନାଶ ମିଶ୍ର ଓ ଆଞ୍ଚଳିକ ନିର୍ଦ୍ଦେଶକ ଅଭିଷେକ ମଲହୋତ୍ରା ଖାରବେଳ ଭବନରେ ପଢ଼ୀଙ୍କୁ ଭେଟି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି।

ଓଡ଼ିଶା ସରକାର ପ୍ରସ୍ତାବିତ ନୂଆ ସହର ପାଇଁ ପ୍ରାୟ ୩୩୮.୪୩୬ ହେକ୍ଟର ଜମି ଚିହ୍ନଟ କରିଛନ୍ତି। ପ୍ରକଳ୍ପର ଧାରଣାପତ୍ର ଗୃହ ଓ ସହରୀ ବ୍ୟାପାର ମନ୍ତ୍ରଣାଳୟ (MoHUA) ଅଧୀନରେ ସହରୀ ଚ୍ୟାଲେଞ୍ଜ ପାଣ୍ଠିକୁ ପେଶ କରାଯିବ।

ମାଷ୍ଟର ପ୍ଲାନ ପ୍ରସ୍ତୁତ ଓ ବିକାଶ ପାଇଁ ଉପଯୁକ୍ତ ଉତ୍ପାଦ ମିଶ୍ରଣ ସୁପାରିଶ କରିବା ପାଇଁ ଭୁବନେଶ୍ୱର ବିକାଶ ପ୍ରାଧିକରଣ (BDA) ଜେଏଲଏଲକୁ ନିଯୁକ୍ତ କରିବ। ଉଲ୍ଲେଖଯୋଗ୍ୟ, ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଭୁବନେଶ୍ୱର ଗସ୍ତ ସମୟରେ BDA ଓ JLL ମଧ୍ୟରେ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri