Posted inଖେଳ

ଭୁବନେଶ୍ୱର ଓପନ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧୮।୧(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଘାଟିକିଆ କଳିଙ୍ଗ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ରବିବାର ଅନୁଷ୍ଠିତ ୩୪ତମ ଭୁବନେଶ୍‌ବର ଓପନ ଚେସ୍‌ରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ହର୍ଷିତ ପୂରା ୭ ପଏଣ୍ଟ ପାଇଥିଲେ। ଭୁବନେଶ୍ୱରର ତନ୍ମୟ ତ୍ରିପାଠୀ ୬ ପଏଣ୍ଟ ପାଇ ରନର୍ସଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଶୋକ କୁମାର ମହାନ୍ତି, ସ୍ଥିତିପ୍ରଞ୍ଜ ସାହୁ, ଫିଡେ ମାଷ୍ଟର ସୌମ୍ୟରଞ୍ଜନ ମିଶ୍ର, ରବୀନ୍ଦ୍ର କୁମାର ଓଝା, ଦୟାନିଧି ରାଉତ, ରାଜେନ୍ଦ୍ର କୁମାର ସାହୁ (ସମସ୍ତେ ୫ ପଏଣ୍ଟ), ସୁରଜିତ ନାୟକ, ଆଦିତ୍ୟ ରଞ୍ଜନ ଦାସ, ସେକ୍‌ ରାଜା, ଦେବୀ ପ୍ରସାଦ ନାୟକ, ଦେବୀ ପ୍ରସାଦ ବିଶ୍ୱାଳ, ରଞ୍ଜନ ମଲିକ (ସମସ୍ତେ ୪ ପଏଣ୍ଟ) ଟପ୍‌-୧୪ରେ ରହି ପୁରସ୍କୃତ ହୋଇଛନ୍ତି। ଏହା ବ୍ୟତୀତ ଅଦିତି ମହାରଣା, ଅମ୍ଳାନ ସେନାପତି, ରୋହନ ମଲିକ, ଅଂଶୁମାନ ପତି, ମନସିଜ ସାମଲ, ନିୟତି ନିହାରିକା ମହାପାତ୍ର, ସାହାନା ଲେଙ୍କା, ପ୍ରଜ୍ଞାଶ୍ରୀ ଦେହୁରୀଙ୍କୁ ସ୍ବତନ୍ତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଅମନ୍‌ ଅଲୀଙ୍କୁ ଶାନ୍ତ୍ୱନାମୂଳକ ପୁରସ୍କାର ଦିଆ ଯାଇଥିବାବେଳେ ଭୀମସେନ ପ୍ରଧାନ ଶ୍ରେଷ୍ଠ ଭେଟେରାନ ଖେଳାଳି ବିବେଚିତ ହୋଇଛନ୍ତି। ଅଜୟ ବିନୟ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜିର ଏମସିଏ ବିଭାଗ ମୁଖ୍ୟ ଅମରେଶ ସାହୁ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଭୁବନେଶ୍ୱର ଚେସ୍‌ ଆସୋସିଏଶନ ସମ୍ପାଦକ ଦେବାଶିଷ ପାଣିଗ୍ରାହୀ ଏବଂ ପୂର୍ବତନ ରାଜ୍ୟ ଚାମ୍ପିୟନ ମାନସ ରଞ୍ଜନ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?