ଭୁବନେଶ୍ୱର ରିଜିଅନ୍‌ ପାସ୍‌ ହାର ୯୯.୫୫%

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ପାସ୍‌ ହାର ପ୍ରାୟ ୧୦ ପ୍ରତିଶତ ଅଧିକ ରହିଛି। ଗତବର୍ଷ ଦେଶରେ ପାସ୍‌ହାର ୮୮.୭୮% ଥିବାବେଳେ ଚଳିତବର୍ଷ ଏହା ୯୯.୩୭% ରହିଛି। ଛାତ୍ରଙ୍କ ତୁଳନାରେ ୦.୫୪ ପ୍ରତିଶତ ଛାତ୍ରୀ ଆଗୁଆ ଅଛନ୍ତି। ଛାତ୍ରୀଙ୍କ ପାସ୍‌ ହାର ୯୯.୬୭% ଥିବାବେଳେ ୯୯.୧୩% ଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ୭୦,୦୦୪ଜଣ ଛାତ୍ରୀଛାତ୍ର ୯୫% ଉପରେ ଓ ୧,୫୦,୧୫୨ଜଣ ୯୦ରୁ ୯୫% ମଧ୍ୟରେ ନମ୍ବର ରଖିଛନ୍ତି। ତେବେ ଚଳିତବର୍ଷ କେନ୍ଦ୍ରୀୟ ବିଦ୍ୟାଳୟ ଓ କେନ୍ଦ୍ରୀୟ ତିବ୍ବତ୍ତୀୟ ସ୍କୁଲଗୁଡ଼ିକରେ ଶତ ପ୍ରତିଶତ ପାସ୍‌ ହାର ରହିଛି। ତ୍ରିଭେନ୍ଦ୍ରମ ରିଜିଅନ୍‌ରେ ସର୍ବାଧିକ ପାସ୍‌ ହାର ୯୯.୮୯% ରହିଥିବାବେଳେ ଭୁବନେଶ୍ୱର ରିଜିଅନ୍‌ (ଓଡ଼ିଶା, ପଶ୍ଚିମବଙ୍ଗ ଓ ଛତିଶଗଡ଼)ରେ ୯୯.୫୫% ରହିଛି। ସେହିଭଳି ବେଙ୍ଗାଲୁରୁ ରିଜିଅନ୍‌ରେ ପାସ୍‌ ହାର ୯୯.୮୩, ଚେନ୍ନାଇ ୯୯.୭୭, ଦିଲ୍ଲୀ(ପଶ୍ଚିମ) ୯୯.୮୪, ଦିଲ୍ଲୀ (ପୂର୍ବ) ୯୯.୮୪, ପଞ୍ଚକୁଲା ୯୯.୫୪, ଚଣ୍ଡିଗଡ଼ ୯୯.୪୭, ଭୋପାଳ ୯୯.୩୪, ପୁଣେ ୯୯.୩୫, ଆଜ୍‌ମେର ୯୯.୨୯, ନୋଏଡ଼ା ୯୯.୦୨, ଗୁଆହାଟୀ ୯୯.୩୧, ଡେରାଡୁନ ୯୮.୬୪, ପ୍ରୟାଗରାଜ ୯୮.୫୯ ଓ ପାଟଣା ରିଜିଅନ୍‌ରେ ୯୮.୯୧% ରହିଛି।
ଚଳିତବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ କରାଯାଇଥିଲା। ବୋର୍ଡ ପକ୍ଷରୁ ଗଠିତ ୧୩ ଜଣିଆ ପ୍ୟାନେଲ ଦ୍ୱାରା ନିର୍ଦ୍ଧାରିତ ମୂଲ୍ୟାୟନ ନୀତି ଆଧାରରେ ଫଳ ପ୍ରକାଶ ପାଇଛି। ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ୧୦ମ ଶ୍ରେଣୀ ଥିଓରିରୁ ୩୦ ପ୍ରତିଶତ, ଏକାଦଶ ଶ୍ରେଣୀ ପରୀକ୍ଷା ମାର୍କରୁ ୩୦ ପ୍ରତିଶତ ଓ ଦ୍ୱାଦଶ ଶ୍ରେଣୀ ମଧ୍ୟ ଅବଧି ପରୀକ୍ଷା ମାର୍କରୁ ୪୦ ପ୍ରତିଶତ ଆଧାରରେ ଛାତ୍ରୀଛାତ୍ରଙ୍କୁ ମାର୍କ ଦିଆଯାଇଛି। ଏଥିସହ ଦୁଇଟି ପର୍ଯ୍ୟାୟରେ ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ କରିବାକୁ ବୋର୍ଡ ନିଷ୍ପତ୍ତି ନେଇଥିଲା। ମୋଟ ୧୩,୬୯,୭୪୫ଜଣ ସିବିଏସ୍‌ଇ ଦ୍ୱାଦଶ ରେଗୁଲାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୧୩ ଲକ୍ଷ ୪ ହଜାର ୫୬୧ଜଣଙ୍କ ପରୀକ୍ଷାଫଳ ଘୋଷଣା କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟରେ ବାକି ୬୫,୧୮୪ଜଣ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ଅଗଷ୍ଟ ୫ ସୁଦ୍ଧା ଘୋଷଣା କରାଯିବ ବୋଲି ସିବିଏସ୍‌ଇ ପକ୍ଷରୁ କୁହାଯାଇଛି। ସେପଟେ ଦେଶରେ ଆହୁରି ୬୦,୪୪୩ଜଣ ପ୍ରାଇଭେଟ୍‌ ଷ୍ଟୁଡେଣ୍ଟ ରହିଛନ୍ତି। ଏମାନଙ୍କ ପୂର୍ବ ତଥ୍ୟ ଠିକ୍‌ରେ ମିଳିପାରୁ ନ ଥିବାରୁ ଏମାନଙ୍କର ପରୀକ୍ଷା କରିବା ପାଇଁ ବୋର୍ଡ ନିଷ୍ପତ୍ତି ନେଇଛି। ଏହି ଛାତ୍ରୀଛାତ୍ରଙ୍କ ପରୀକ୍ଷା ଅଗଷ୍ଟ ୧୬ରୁ ସେପ୍ଟେମ୍ବର ୧୫ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ସେପଟେ ଆସନ୍ତା ସପ୍ତାହରେ ସିବିଏସ୍‌ଇ ଦଶମ ପରୀକ୍ଷାଫଳ ପ୍ରକାଶ ପାଇପାରେ। ଏ ନେଇ ଶୁକ୍ରବାର ସିବିଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ସୟଂମ ଭରଦ୍ୱାଜ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସଫଳତାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri