ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ ହ୍ରାସ ପାଇଛି। ଭୁବନେଶ୍ୱରରେ ୩ ଦିନ ତଳେ ତାପମାତ୍ରା ୧୫.୧°C ଥିବା ବେଳେ ମଙ୍ଗଳବାର ଏହା ୧୧.୯°C କୁ ଖସି ଆସିଛି।

ଭୁବନେଶ୍ୱର ଓ କଟକରେ ଚଳିତ ସପ୍ତାହରେ ପାରଦ ୧୧°C ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ମଙ୍ଗଳବାର କଟକର ସର୍ବନିମ୍ନ ତାପମାତ୍ରା ୧୨.୪°C ରେକର୍ଡ କରାଯାଇଛି।

କ୍ରମାଗତ ଦ୍ୱିତୀୟ ଦିନ ପାଇଁ କୋରାପୁଟ ରାଜ୍ୟର ସବୁଠୁ ଥଣ୍ଡା ସହର ଭାବେ ପରିଗଣିତ ହୋଇଛି, ଯେଉଁଠାରେ ସର୍ବନିମ୍ନ ତାପମାତ୍ରା ୬.୩°C ରହିଛି। ସେହିପରି ସେମିଳିଗୁଡ଼ାରେ ୬.୭°C ରେକର୍ଡ ହୋଇଛି।

୧୦°C ତଳେ ଥିବା ଅନ୍ୟ ସହର ଗୁଡିକ ହେଉଛି ଦାରିଙ୍ଗବାଡ଼ି (୭°C), ଜି. ଉଦୟଗିରି (୭.୪°C), ନବରଙ୍ଗପୁର (୮°C), ଫୁଲବାଣୀ (୮.୫°C), ଝାରସୁଗୁଡ଼ା ଓ ଚିପିଲିମାରେ (୯.୪°C) ତାପମାତ୍ରା ରହିଛି।

ମଙ୍ଗଳବାର ସକାଳେ ରାଉରକେଲା, ଫୁଲବାଣୀ, ଝାରସୁଗୁଡ଼ା ଏବଂ ସୋନପୁର ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ପାଣିପାଗ ବିଭାଗ ଅନୁଯାୟୀ, ଡିସେମ୍ବର ୨୫ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଏବଂ କନ୍ଧମାଳର କିଛି ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା ରହିଛି।

ତେବେ ଡିସେମ୍ବର ୨୭ ପର୍ଯ୍ୟନ୍ତ କୋରାପୁଟ, ସୁନ୍ଦରଗଡ଼, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ସାତ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri