ରାଜଧାନୀରେ ନିଶାଦ୍ରବ୍ୟ ଖୁଆଇ ହୋଟେଲରେ ଯୁବତୀଙ୍କୁ ଗଣବଳାତ୍କାର, ତିନି ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୯: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣାରେ ଜଣେ ମହିଳାଙ୍କୁ ତାଙ୍କ ବଏଫ୍ରେଣ୍ଡ ଓ ତାଙ୍କର ଦୁଇ ସାଙ୍ଗ ମିଶି ଏକ ଲଜ୍‌ରେ ବଳାତ୍କାର କରିଛନ୍ତି। ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ, ପ୍ରସନ୍ନ କୁମାର ଆଚାର୍ଯ୍ୟ (ଜଗତସିଂହପୁରର ବିରିଡ଼ା ଥାନା ଅଞ୍ଚଳ) ଓ ରାଜେଶ ଦାସ (ତୁମ୍ବା ଅଢ଼େଇ ଗଳି)।

ସୂଚନା ଅନୁଯାୟୀ, ଚନ୍ଦନ ଓ ପୀଡ଼ିତା ଅନଲାଇନ୍‌ରେ ପରିଚିତ ହୋଇ ବନ୍ଧୁତା ଗଢ଼ିଥିଲେ। ସେପ୍ଟେମ୍ବର ୧୦ରେ ଚନ୍ଦନ ଫଟୋଶୁଟ୍‌ କରିବାର ବାହାନାରେ ତାଙ୍କୁ ଏକ ଲଜକୁ ଡାକିଥିଲେ। ଲଜରେ ପହଞ୍ଚିବା ପରେ ଚନ୍ଦନ ତାଙ୍କ ସାଙ୍ଗମାନଙ୍କୁ ଫଟୋଶୁଟ୍‌ ଟିମ୍‌ର ସଦସ୍ୟ ବୋଲି ପରିଚୟ ଦେଇଥିଲେ। ସେମାନେ ମହିଳାଙ୍କୁ ନିଶାଯୁକ୍ତ କୋଲ୍ଡଡ୍ରିଙ୍କ ଦେଇଥିଲେ। ମହିଳା ଜଣଙ୍କ ଅଚେତ ହେବା ପରେ ଅଭିଯୁକ୍ତମାନେ ତାଙ୍କୁ ବଳାତ୍କାର କରିଥିଲେ। ଚେତା ଫେରିବା ପରେ ମହିଳା ଜଣଙ୍କ କୌଣସି ପ୍ରକାରେ ସେଠାରୁ ଖସି ପଳାଇଥିଲେ।

ପରଦିନ ସେ ତିନି ଅଭିଯୁକ୍ତଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ତିନିଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri