ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨:  ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି। ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ରେଳ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାର ମିଳିତ ଭାବେ ଭୁବନେଶ୍ୱର ରେଳଷ୍ଟେଶନର ପୁନର୍ନିର୍ମାଣ ଓ ବିକାଶ କାର୍ଯ୍ୟ କରୁଛନ୍ତି। ସେହିଭଳି ରେଳପଥ ଏବଂ ଓଡ଼ିଶା ସରକାରରେ ନୂତନ ଷ୍ଟେଶନ କୋଠା ଏବଂ ପ୍ଲାଟ୍‌ଫର୍ମ ସହିତ ଏକ ନୂତନ ରେଳ ଲାଇନ ନିର୍ମାଣ କରିବାକୁ ଯୋଜନା କରାଯାଇଛି। ରାଜଧାନୀର ପରିବେଶ ସହିତ ବିଡିଏ ଏକ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶଦାତା ନିଯୁକ୍ତ ହୋଇଛି। ସେହିପରି ରେଳ ଷ୍ଟେଶନକୁ ଏକ ‘ମଲ୍ଟି ମୋଡାଲ ହବ୍‌’ରେ ପରିଣତ କରିବାକୁ ଗୋୟଲ ତାଙ୍କ ଉତ୍ତରରେ କହିଥିଲେ। ଓଡ଼ିଶାରେ ରେଳ ପ୍ରକଳ୍ପ ବିଷୟରେ ଅଧିକ ସୂଚନା ଦେଇ ସେ କହିଛନ୍ତି, ପୁରୀ-କୋଣାର୍କ ନୂତନ ଲାଇନ ପାଇଁ ସର୍ଭେ ୨୦୧୫-୧୬ରେ ଶେଷ ହୋଇଛି। ସେହିଭଳି ପ୍ରସ୍ତାବିତ ରେଳଲାଇନ ବାଲୁଖଣ୍ଡ-କୋଣାର୍କ ବନ୍ୟପ୍ରାଣୀ ଅଭୟାରଣ୍ୟ ଦେଇ ଯାଇଥିବାରୁ ଅଭୟାରଣ୍ୟର କୌଣସି କ୍ଷତି ନ କରି ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାର ସମ୍ଭାବନା ଖୋଜିବା ପାଇଁ ପୁନଃ ସର୍ଭେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ ନୂଆପଡ଼ା-ଗୁଣପୁର ରେଳଲାଇନକୁ ଥେରୁବାଲି ପର୍ଯ୍ୟନ୍ତ ବିସ୍ତାର କରିବାର ମଧ୍ୟ ପ୍ରସ୍ତାବ ୨୦୧୭-୧୮ ବଜେଟରେ ଅନ୍ତର୍ଭୁକ୍ତ କରାଯାଇଛି। ସେଥିଲାଗି ‘ବିସ୍ତୃତ ପ୍ରକଳ୍ପ ରିପୋର୍ଟ’ ପ୍ରସ୍ତୁତ କରାଯାଇଛି। ନିର୍ମାଣ ଖର୍ଚ୍ଚର ୫୦% ଅର୍ଥ ବହନ କରିବାକୁ ଏବଂ ପ୍ରକଳ୍ପ ପାଇଁ ମାଗଣା ଜମି ଯୋଗାଇବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି। ତେବେ ଏହି ପ୍ରକଳ୍ପ ପାଇଁ ମାଗଣାରେ କେବଳ ଜମି ଦେବାକୁ ରାଜ୍ୟ ସରକାର ରାଜି ହୋଇଛନ୍ତି। ଉକ୍ତ ପ୍ରକଳ୍ପ ପାଇଁ ୫୦% ନିର୍ମାଣ ଖର୍ଚ୍ଚ ବହନ କରିବାକୁ ରାଜ୍ୟକୁ ଅନୁରୋଧ କରାଯାଇଛି। ଗୁଣପୁର-ଥିରୁବାଲି ରେଳ ଲାଇନ ନିର୍ମାଣ ପାଇଁ ମନ୍ତ୍ରଣାଳୟ ନେଇଥିବା ପଦକ୍ଷେପ ଉପରେ ରେଳମନ୍ତ୍ରୀ ଉତ୍ତରରେ ଏହା ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri