Posted inଖେଳ

ଭୁବନେଶ୍ୱର ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୩୧।୧୦(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ କରାଟେ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ସବ୍‌ଜୁନିୟର କରାଟେ ପ୍ରତିଯୋଗିତା ଶେଷ ହୋଇଛି। ଉତ୍କଳ କରାଟେ ସ୍କୁଲ ପରିସରରେ ଗତ ୨୮ ଓ ୨୯ ତାରିଖରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ଭୁବନେଶ୍ୱର ଦଳଗତ ଚାମ୍ପିୟନ ହୋଇଛି। ଓଡ଼ିଶା କରାଟେ ସଂଘ ସ୍ବିକୃତିପ୍ରାପ୍ତ ରାଜ୍ୟର ୧୬ଟି ଜିଲା କରାଟେ ଆସୋସିଏଶନରୁ ମୋଟ ୪୨୩ କରାଟେକା ଏଥିରେ ଅଂଶଗ୍ରହଣ କରିଥିଲେ। ଭୁବନେଶ୍ୱର ଦଳ ୪୦ ସ୍ବର୍ଣ୍ଣ, ୨୪ ରୌପ୍ୟ ଓ ୪୩ ବ୍ରୋଞ୍ଜ ସହ ମୋଟ ୧୦୭ ପଦକ ହାସଲ କରି ପ୍ରଥମସ୍ଥାନ ଅଧିକାର କରିଛି। କୋରୋପୁଟ ୧୨ ସ୍ବର୍ଣ୍ଣ, ୧୫ ରୌପ୍ୟ ଓ ୧୦ ବ୍ରୋଞ୍ଜ ସହ ରନରଅପ୍‌ ହୋଇଛି। ପ୍ରତିଯୋଗିତା ଅବସରରେ ସନତ କୁମାର ନାୟକ, କାଳି ପ୍ରସାଦ ନନ୍ଦ, ଦୁର୍ଗା ପ୍ରସାଦ ସାମନ୍ତରାୟ, ବ୍ରହ୍ମ ପ୍ରକାଶ ପଟ୍ଟନାୟକ ପ୍ରମୁଖ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ସୁରେଶ ଚନ୍ଦ୍ର ଜାଲ, ସମୀର ବହିଦାର, ହୃଦୟ ଶବର, ସୁମନ୍ତ ପଣ୍ଡା, ଏମ.ଡି. ରହମଦ, ଭବାନୀ ପଣ୍ଡା, ସର୍ବେଶ ଅଗ୍ରଓ୍ବାଲ, ଦେବବ୍ରତ ସମାଦାର, ଦେବେନ୍ଦ୍ର ରାଣା, କ୍ରିଷ୍ଣା ଶିକାରୀ, ଖାରବେଳ ମଲିକ, ଦୀପକ ସାମନ୍ତରା, ମହେଶ ବରାଳ, ସନକ ଦେଓ, ଅରବିନ୍ଦ ବାରିକ ଓ ରାଜୀବ ସିଂ ପ୍ରମୁଖ ପ୍ରତିଯୋଗିତା ପରିଚାଳନା କରିଥିଲେ। ରାଜ୍ୟ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଥିବା ପ୍ରତିଯୋଗୀଙ୍କ ପ୍ରଦର୍ଶନକୁ ଭିତ୍ତି କରି ଆସନ୍ତା ୧୭ରୁ ୧୯ ପର୍ଯ୍ୟନ୍ତ ଦିଲ୍ଲୀରେ ହେବାକୁଥିବା ଆନ୍ତଃଜୋନ ଓ ଜାତୀୟ ସବ୍‌ଜୁନିୟର ପ୍ରତିଯୋଗିତା ନିମନ୍ତେ ଦଳ ପଠାଯିବ ବୋଲି ଓଡ଼ିଶା ରାଜ୍ୟ କରାଟେ ସଂଘ ସମ୍ପାଦକ ଗୌରୀ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri