ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର

ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ଏଠାରେ ଦିନ ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରର ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିଲା। ପବନ ଗାଏବ୍‌ ହୋଇଯାଇଥିବାବେଳେ ଗରମରେ ସହରବାସୀ ଏକ ପ୍ରକାର ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଅନ୍ୟପକ୍ଷରେ ଭୁବନେଶ୍ୱର ଏସିଆ ମହାଦେଶର ଷଷ୍ଠ ଉତ୍ତପ୍ତ ସହର ପାଲଟିଥିଲା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେହିପରି ଭାରତର ୧୦ ଉତ୍ତପ୍ତ ସହର ତାଲିକାରେ ଆନ୍ଧ୍ରପ୍ରଦେଶର ନନ୍ଦ୍ୟାଲ ୪୩.୭ ସହ ସବୁଠାରୁ ଉତ୍ତପ୍ତ ରହିଥିବାବେଳେ ଭୁବନେଶ୍ୱର ଦ୍ୱିତୀୟରେ ରହିଛି। ତେବେ ମ୍ୟାନ୍‌ମାରର ଚାଉକ ସହର ୪୫.୭ ଡିଗ୍ରୀ ସହ ଏସିଆର ସର୍ବାଧିକ ଉତ୍ତପ୍ତ ସହର ଥିଲା ବୋଲି ଉମାଶଙ୍କର କହିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ରାଜ୍ୟର ୨୫ଟି ସହରରେ ଦିନର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପର ରହିଥିଲା। ଭୁବନେଶ୍ୱର ତଳକୁ ପାରଳାଖେମୁଣ୍ଡିରେ ୪୨.୬, ତାଳଚେର ୪୨.୧, ମାଲକାନଗିରି ଓ ବୌଦ୍ଧରେ ୪୨.୨, ଅନୁଗୋଳ ୪୨.୧, ବଲାଙ୍ଗୀର, ଟିଟିଲାଗଡ଼ ଓ ନୟାଗଡ଼ରେ ୪୨ ଓ କଟକରେ ୪୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ଏହିଭଳି ତାତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ରାଜଧାନୀରେ ସ୍ଥିତି ଅସମ୍ଭାଳ ହୋଇଯାଇଛି। ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏଥିସହ ଆର୍ଦ୍ରତା ପ୍ରାୟ ୪୫ ପ୍ରତିଶତ ରହିଥିଲା। ବାୟୁମଣ୍ଡଳର ତଳ ଭାଗରେ ପଶ୍ଚିମ ଦିଗରୁ ବାୟୁ ଚଳାଚଳ ଏବଂ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଏବଂ ଗରମ ବାୟୁ ପ୍ରବାହିତ ହେଉଥିବାରୁ ତାପମାତ୍ରା ବଢୁଛି ଏବଂ ସ୍ଥଳଭାଗ ଉତ୍ତପ୍ତ ହେଉଥିବା ପାଣିପାଗ ବିଭାଗ ସୂଚନା ଦେବା ସହ ହିଟ୍‌ ୱେଭର ପ୍ରଭାବ ଯଥେଷ୍ଟ ଅଧିକ ରହିବା ନେଇ ସତର୍କ କରିଛି। ଆଗକୁ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ସେହିପରି ଅଧିକାଂଶ ଜିଲାରେ ଉଷ୍ମ ରାତି ଅନୁଭୂତ ହେବା ନେଇ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ଖୋର୍ଦ୍ଧା, କଟକ, କେନ୍ଦୁଝର, ବୌଦ୍ଧ, ମାଲକାନଗିରି, ନୟାଗଡ଼, ଅନୁଗୋଳ, ବଲାଙ୍ଗୀର, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାକୁ ହିଟ୍‌ ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସେପଟେ ୭ତାରିଖରୁ ପାଗରେ ପରିବର୍ତ୍ତନ ହେବାର ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୭ ଓ ୮ ତାରିଖରେ ଏକ ଟ୍ରପ୍‌ଲାଇନ୍‌ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ବଙ୍ଗୋପସାଗରରୁ ଆମ ରାଜ୍ୟକୁ ଜଳୀୟବାଷ୍ପ ଆସୁଛି। ତେଣୁ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବ ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏପରିକି କିଛି ଜିଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ତେବେ ୭ ତାରିଖରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ୮ତାରିଖରେ ଉପକୂଳ ଓଡ଼ିଶାର ଜିଲାଗୁଡ଼ିକ ଉପରେ ଏହାର ସବୁଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri