ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ିବ। ସପ୍ତାହକୁ ୩ ଥର ୧୮୬ ସିଟ୍‌ ବିଶିଷ୍ଟ ବିିମାନ ଚଳାଚଳ କରିବ। ଇଣ୍ଡିଗୋ ଏହି ରୁଟରେ ବିମାନ ଚଳାଇବ। ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ମଙ୍ଗଳବାର ରାଜ୍ୟ କ୍ୟାବିନେଟରେ ଏହାକୁ ଅନୁମୋଦନ କରାଯାଇଛି। ଦୁବାଇ ଗସ୍ତରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାସୀ ଓଡ଼ିଆ ସମ୍ମିଳନୀରେ ଭୁବନେଶ୍ୱରରୁ ୩ଟି ଅନ୍ତର୍ଜାତୀୟ ସହରକୁ ବିମାନ ଚଳାଚଳ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେବ ଆନ୍ତର୍ଜାତିକ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପର୍ଯ୍ୟଟନ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ବିଶେଷକରି ରାଜ୍ୟକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଉପରେ ବିରାମ ଲାଗି ଯାଇଥିଲା। ପର୍ଯ୍ୟଟନ, ଶିଳ୍ପର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସିଧାସଳଖ ବିମାନ ଚଳାଚଳ ହେଲେ ରାଜ୍ୟକୁ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?