ଭୁବନେଶ୍ୱରରେ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ୱର, ୧୬।୩: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ ସାକ୍ଷାତ କରିବା ଅବସରରେ ଏକ ଦାବି ସମ୍ବଳିତ ପତ୍ର ପ୍ରଦାନ କରିଛନ୍ତି ।

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ନେଇ ଭୁବନେଶ୍ବର ଏମପି’ଙ୍କୁ ଆଶ୍ବାସନା ଦେବା ସହିତ ଶୀଘ୍ର ଏହାର କାମ ଆରମ୍ଭ ହେବା ନେଇ ପ୍ରତିଶ୍ରୁତି ରଖିଛନ୍ତି । ଏହି ଅବସରରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗତ ୨୦୨୪ ସେପ୍ଟେମ୍ବର ୧୦ ତାରିଖରେ ବ୍ରାଞ୍ଚ ଅଫ୍ ନାସନାଲ୍ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟ ବା ଏନଜିଏମଏ, ଭୁବନେଶ୍ବରରେ ପ୍ରତିଷ୍ଠା କରିବାକୁ କେନ୍ଦ୍ର ନିକଟରେ ପ୍ରଥମେ ପ୍ରସ୍ତାବ ରଖିଥିଲେ ।

ପୂର୍ବରୁ ୨୫ ସେପ୍ଟେମ୍ବର ୨୦୨୪ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଭୁବନେଶ୍ବରରେ ଏକ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀର ଏକ ଶାଖା ପ୍ରତିଷ୍ଠା ନେଇ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଶୀଘ୍ର ଏକ ଚିଠି ଲେଖି ଦାବି ଜଣାଇଥିଲେ । ଏହି ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ଶାଖାରେ ଖଣ୍ଡଗିରି, ଉଦୟଗିରି, ହାତୀ ଗୁମ୍ଫା, ଲିଙ୍ଗରାଜ ମନ୍ଦିର, ପୁରୀର ଶ୍ରୀ ଜଗନ୍ନଥ ମନ୍ଦିର, କୋଣାର୍କ ସୂର୍ଯ୍ୟମନ୍ଦିର ପରି ସ୍ଥାପତ୍ୟ ସ୍ଥାନ ଦେବାକୁ ପରାମର୍ଶ ରଖିଥିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ। ପୁଣି ଥରେ ରାଜ୍ୟ ସରକାରଙ୍କ ଦାବିକୁ କେନ୍ଦ୍ର ନିକଟରେ ଭୁବନେଶ୍ବର ଏମପି ଦୋହରାଇବା ପରେ ଏ ଦିଗରେ ସକରାତ୍ମକ ପଦକ୍ଷେପ ଗ୍ରହଣ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ସାରାଦେଶରେ ଭୁବନେଶ୍ବର ମନ୍ଦିର ମାଳିନୀ ନଗରୀ ଭାବେ ଖ୍ୟାତି ଅର୍ଜନ କରିଛି। ପର୍ଯ୍ୟଟନ ଓ ସଂସ୍କୃତି ଦିଗରୁ ଦେଖିବାକୁ ଗଲେ ଭୁବନେଶ୍ବରରେ ଅନେକ ପ୍ରାଚୀନ କୀର୍ତ୍ତିରାଜି ରହିଛି। ଏବେ ଭୁବନେଶ୍ବର ଏକ କ୍ରମ ବର୍ଦ୍ଧନଶୀଳ ସହରିକରଣର ସାମ୍ନା କରୁଛି। ତେଣୁ ଏହି ଅବସରରେ ପର୍ଯ୍ୟଟକଙ୍କୁ ଅଧିକ ସଂଖ୍ୟାରେ ଆକୃଷ୍ଟ କରିବାକୁ, ଆମର ପ୍ରାଚୀନ କୀର୍ତ୍ତିରାଜି ଓ ସମୃଦ୍ଧ ଐତିହ୍ୟ ସମ୍ପର୍କରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କୁ ଅବଗତ କରିବାକୁ, ଭୁବନେଶ୍ବରରେ ଏକ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ଶାଖାର ଆବଶ୍ୟକତା ବହୁଳ ଭାବରେ ଅନୁଭବ କରାଯାଉଛି ବୋଲି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଭୁବନେଶ୍ବର ଏମପି ଦାବିରେ କହିଛନ୍ତି ।

ଓଡ଼ିଶା ଏହାର ସମୃଦ୍ଧ କଳା, ଅଦ୍ବିତୀୟ ଭାସ୍କର୍ଯ୍ୟ ଓ ପ୍ରାଚୀନ ଐତିହାସିକ ସ୍ଥଳକୁ ନେଇ ବେଶ୍ ରୁଦ୍ଧିମନ୍ତ। ତେଣୁ ରାଜଧାନୀ ଭୁବନେଶ୍ବରରେ ଏନଜିଏମଏର ଗୋଟିଏ ବ୍ରାଞ୍ଚ ଭୁବନେଶ୍ବରରେ ସ୍ଥାପନ କରାଗଲେ, ଏହା ବହୁ ସଂଖ୍ୟାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ବୋଲି ପ୍ରସ୍ତାବ ଦେବା ସହିତ ଦାବି ରଖିଛନ୍ତି ଭୁବନେଶ୍ବର ଏମପି।

ଓଡ଼ିଶାରେ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀର ଗୋଟିଏ ଶାଖା ପ୍ରତିଷ୍ଠା ହେଲେ, ରାଜ୍ୟର ଅନେକ ପ୍ରଖ୍ୟାତ କଳାକାରଙ୍କ କାରିଗରି ମଧ୍ୟ ଏଠାରେ ସ୍ଥାନ ପାଇପାରିବ ବୋଲି କହିଛନ୍ତି ଏମପି ଅପରାଜିତା ଷଡ଼ଙ୍ଗୀ। ବର୍ତ୍ତମାନ ପୂର୍ବ ଭାରତରେ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀର କୌଣସି କେନ୍ଦ୍ର ନଥିବାରୁ, ସେହି ଦୃଷ୍ଟିରୁ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ଏହାକୁ ସ୍ଥାନ ଦେଇ, ପୂର୍ବ ଭାରତରେ ଏହାର ଅଭାବ ପୂରଣ ଦିଗରେ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଭୁବନେଶ୍ବର ଏମପି।

ଭୁବନେଶ୍ବରରେ ଏକ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ଶାଖା ପ୍ରତିଷ୍ଠା କରାଗଲେ ଏହା ଆମର ଆଗାମୀ ପୀଢିକୁ ଆମର ପ୍ରାଚୀନ ଐତିହ୍ୟ, ସଂସ୍କୃତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିବାରେ ମାର୍ଗଦର୍ଶକ ହେବ ବୋଲି ପ୍ରସ୍ତାବରେ ଉଲ୍ଲେଖ କରିଛନ୍ତି ଭୁବନେଶ୍ବର ଏମପି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri