ଭୁବନେଶ୍ୱର ବନ୍ଦ କରିବେ ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୨୨।୭ (ବନ୍ଦନା ସେଠୀ): ମାର୍କେଟ ବିଲ୍ଡିଂରେ ସ୍ଥାୟୀ ଓ ଅସ୍ଥାୟୀ ବ୍ୟବସାୟୀଙ୍କ ମଧ୍ୟରେ ଲାଗିଥିବା ବିବାଦ ଥମିବାର ନାଁ ଧରୁନି କି ମାର୍କେଟ ଖୋଲିବାର ବାଟ ଫିଟୁନି। ଫଳରେ ଲଗାତର ୬ଦିନ ଧରି ମାର୍କେଟ ବିଲ୍ଡିଂରେ ବ୍ୟବସାୟ ବନ୍ଦ ହୋଇ ଯାଇଛି। ତେବେ ସ୍ଥାୟୀ ବ୍ୟବସାୟୀ ବା ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ୍‌ର ଦାବିକୁ ବିଏମ୍‌ସି ଅଣଦେଖା କରୁଥିବାରୁ ଏଥର ଚରମ ନିଷ୍ପତ୍ତି ନିଆଯାଇଛି। ଏଣିକି କେବଳ ମାର୍କେଟ ବିଲ୍ଡିଂ ନୁହେଁ, ସହରରେ ଥିବା ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନର ଏହି ଆନ୍ଦୋଳନ ସହ ସାମିଲ ହେବ ଭୁବନେଶ୍ୱରର ଅନ୍ୟ ବ୍ୟବସାୟୀ ମହାସଂଘ। ଆସନ୍ତା ଦିନେ କି ଦୁଇଦିନ ମଧ୍ୟରେ ସମ୍ପୂର୍ଣ୍ଣ ଭୁବନେଶ୍ୱର ବନ୍ଦ କରାଯିବ। ଏହି ସମୟରେ ବ୍ୟବସାୟୀମାନେ ସହରର ବିଭିନ୍ନ ଛକ ସ୍ଥାନରେ, ଟ୍ରାଫିକ୍‌ ଛକ ଏବଂ ଅନ୍ୟ ମୁଖ୍ୟ ରାସ୍ତାରେ ବୁଲି ବୁଲି ଜନସାଧାରଣଙ୍କ ଠାରୁ ଭିକ୍ଷା ମାଗିବେ। ପରେ ସମସ୍ତ ଭିକ୍ଷା ଟଙ୍କାକୁ ସରକାରଙ୍କୁ ପ୍ରଦାନ କରାଯିବ ବୋଲି ଆସୋସିଏଶନ ସଭାପତି ପ୍ରଦ୍ୟୁମ୍ନ ଜେନା କହିଛନ୍ତି। ଶୁକ୍ରବାର ଓଡ଼ିଶା ବ୍ୟବସାୟୀ ମହାସଂଘର ମହାସଚିବ ସୁଧାକର ପଣ୍ଡାଙ୍କ ତତ୍ତ୍ୱାବଧାନରେ ଅନ୍ୟ ମାର୍କେଟ ଆସୋସିଏଶନ ସହିତ ଆଲୋଚନା କରାଯାଇଛି। ଏପରିକି ଯଦି ଭୁବନେଶ୍ୱରରେ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ହେବା ପରେ ବି କୌଣସି ନିଷ୍କର୍ଷ ନ ବାହାରେ, ତେବେ ରାଜ୍ୟରେ ଥିବା ସମସ୍ତ ମାର୍କେଟ ଆସୋସିଏଶନ ସହିତ ଆଲୋଚନା କରାଯିବ। ସମସ୍ତଙ୍କ ସହଯୋଗରେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ସୂଚନା ଦିଆଯାଇଛି। ଅସ୍ଥାୟୀ ଦୋକାନୀଙ୍କୁ ବିଏମ୍‌ସି ପରୋକ୍ଷରେ ସମର୍ଥନ ଦେବା ସହ ସେମାନଙ୍କୁ ମାର୍କେଟରୁ ହଟାଇବା ନେଇ କୌଣସି ପଦକ୍ଷେପ ନେଉନାହିଁ। ଫଳରେ ଉଠାଦୋକାନୀଙ୍କ ଉତ୍ପାତ ଓ ମନମୁଖି କାର୍ଯ୍ୟ ବଢ଼ି ଚାଲିଛି। ଅପରପକ୍ଷେ ମାର୍କେଟ ବନ୍ଦ ରହିଥିବାରୁ ବ୍ୟବସାୟୀମାନେ କ୍ଷତି ସହିବା ସହିତ ସାଧାରଣ ଲୋକେ ହଇରାଣ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?