ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬ ଲକ୍ଷ ଟଙ୍କା ଫେରସ୍ତ ପାଇବାର ପ୍ରକ୍ରିୟା ଆରମ୍ଭ ହୋଇଛି।

ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥ ଫେରସ୍ତ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ ଦିନରେ ୧୧୭ ଜଣ ଜମାକାରୀଙ୍କ ୨ କୋଟି ୮୦ ଲକ୍ଷ ଟଙ୍କା ଫେରସ୍ତ କରାଗଲା। ମୁଖ୍ୟମନ୍ତ୍ରୀ ପ୍ରତିକାତ୍ମକ ଭାବେ ୯ ଜଣ ଜମାକାରୀଙ୍କୁ ଚେକ୍‍ ପ୍ରଦାନ କରି ଅର୍ଥ ଫେରସ୍ତ କରିଥିଲେ।

ସୂଚନାଯୋଗ୍ୟ ଯେ, ଦୀର୍ଘଦିନର ପରିଚାଳନାଗତ ତୃଟି ଯୋଗୁଁ ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଆର୍ଥିକ ପରିସ୍ଥିତି ଖରାପ ହୋଇଯାଇଥିଲା। ୨୦୧୫ ରେ ବ୍ୟାଙ୍କ ବନ୍ଦ ହେବା ବେଳକୁ ୧୧, ୬୭୩ ଜଣ ଜମାକାରୀଙ୍କ ୩୩ କୋଟି ୮୭ ଲକ୍ଷ ଟଙ୍କା ଫେରସ୍ତ ହେବାର ଥିଲା। ଇତି ମଧ୍ୟରେ ୨୭୦୯ ଜଣ ଜମାକାରୀଙ୍କ ମୋଟ ୧୨ କୋଟି ୭୮ ଲକ୍ଷ ଟଙ୍କା ଫେରସ୍ତ କରାଯାଇଥିବା ବେଳେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଥିବା ଜମାକାରୀ ସେମାନଙ୍କ ଅର୍ଥ ଫେରସ୍ତ ପାଇ ପାରିନଥିଲେ। ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଏହି ଜମାକାରୀମାନଙ୍କର ଅର୍ଥ ଫେରସ୍ତ ପାଇଁ ନିଷ୍ପତ୍ତି ନେଇଥିଲେ।

ଏହା ସହିତ ଢେଙ୍କାନାଳ, ଛତ୍ରପୁର, ଆସ୍କା ଓ ଭଞ୍ଜନଗର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଗୁଡ଼ିକର ଜମାକାରୀଙ୍କ ଅର୍ଥ ମଧ୍ୟ ଫେରସ୍ତ କରାଯିବ। ଏହି ୪ ଟି ବ୍ୟାଙ୍କର ୧୭, ୮୫୯ ଜଣ ଜମାକାରୀଙ୍କୁ ୬ କୋଟିରୁ ଅଧିକ ଟଙ୍କା ଫେରସ୍ତ କରାଯିବ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଅନେକ ଅବିସ୍ମରଣୀୟ ଅବଦାନ ମଧ୍ୟରୁ ଏକ ପ୍ରମୁଖ ଅବଦାନ ଥିଲେ ଓଡ଼ିଶାରେ ସମବାୟ ଆନ୍ଦୋଳନ।

ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାରେ ପ୍ରାୟ ୫୦ ଲକ୍ଷ ଚାଷୀ ସମବାୟ ଆନ୍ଦୋଳନ ସହିତ ଜଡ଼ିତ। ୨୦୩୬ ସୁଦ୍ଧା ରାଜ୍ୟର ସମସ୍ତ କୃଷକଙ୍କୁ ସମବାୟ ସହିତ ଯୋଡ଼ିବା ଆମର ଲକ୍ଷ୍ୟ। ଏଥିପାଇଁ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଗୋଟିଏ PACS/LAMPCS ଗଠନ କରାଯିବାର ମଧ୍ୟ ଲକ୍ଷ୍ୟ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri