୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ୩ ଘଣ୍ଟାର ବର୍ଷାରେ ଭୁବନେଶ୍ୱରବାସୀ ଅସ୍ତବ୍ୟସ୍ତ ହୋଇପଡ଼ିବା ସହ ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଥିଲା। ଫଳରେ ଅଞ୍ଚଳଗୁଡ଼ିକରେ ଜଳବନ୍ଦୀ ସମସ୍ୟା ନଜରକୁ ଆସିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବରୁ ଶନିବାର ଓ ରବିବାର ପ୍ରବଳ ବର୍ଷା ହେବାର ସୂଚନା ଦେଇଥିଲେ ହେଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କୌଣସି ପ୍ରାକ୍‌ ପ୍ରସ୍ତୁତି ଥିବା ନଜରକୁ ଆସିନାହିଁ। ଯେଉଁଥିପାଇଁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବାରୁ ଲୋକେ ଜଳବନ୍ଦୀ ସମସ୍ୟାରୁ ମୁକୁଳି ପାରୁନାହାନ୍ତି। ମୌସୁମୀ ସମୟରେ ବିଏମ୍‌ସି ପ୍ରାୟ ସ୍ଥାନରେ ଡ୍ରେନେଜ୍‌ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଦେଇଛି। କିନ୍ତୁ ଏବେ ହଠାତ୍‌ ଲଘୁଚାପ ଭୁବନେଶ୍ୱର ପାଇଁ କାଳ ସାଜିଛି। ତେବେ ସହରରେ ଜଳବନ୍ଦୀ ମୁକାବିଲା କରିବା ପାଇଁ ବିଏମ୍‌ସିର ୭ଟି ପମ୍ପସେଟ୍‌ ରହିଛି। ଏଥିସହ ଶନିବାର ବିଏମ୍‌ସି ୧୦ରୁ ୧୫ଟି ପମ୍ପସେଟ୍‌ ଭଡ଼ାରେ ଆଣିଥିବା ଜଣାପଡ଼ିଛି। ହେଲେ କେତେଦିନ ବିଏମ୍‌ସି ଏଭଳି ପମ୍ପସେଟ୍‌ ଭରସାରେ ଜଳବନ୍ଦୀର ମୁକାବିଲା କରୁଥିବ ସେନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ବିଏମ୍‌ସିର ଡ୍ରେନେଜ୍‌ ବିଭାଗୀୟ ଅଧିକାରୀ ସମ୍ପୂର୍ଣ୍ଣ ଭାବେ ଅବଗତ ଥିବାବେଳେ ଚେଇଁ ଶୋଇଥିବା ଅନୁଭବ ହେଉଛି। ଏଥିସହ ରବିବାର ପୁଣି ବର୍ଷା ସମ୍ଭାବନା ଥିବାରୁ ବିଏମ୍‌ସି ଚିନ୍ତା ଦ୍ୱିଗୁଣିତ ହୋଇଥିବା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?