ଭୁବନେଶ୍ୱର ହେବ ସ୍ଲମ ଫ୍ରି ସିଟି

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଆହୁରି ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ବିଏମ୍‌ସି ବିଭିନ୍ନ ପ୍ରକାରର ପଦକ୍ଷେପ ଗ୍ରହଣ କରୁଛି। ନିକଟରେ ସ୍ବେରେଜ, ସେଫ୍‌ଟେଜ ଓ ଫିକଲ୍‌ ମ୍ୟାନେଜମେଣ୍ଟ କ୍ଷେତ୍ରରେ ବିଏମ୍‌ସିକୁ ଜାତୀୟ ସ୍ତରରେ ପୁରସ୍କାର ମିଳିବା ପଛରେ ଭୁବନେଶ୍ୱରବାସୀଙ୍କ ସହଯୋଗ ଥିବା କହିଛନ୍ତି ମେୟର ସୁଲୋଚନା ଦାସ। ବିଏମ୍‌ସି ସଭାଗୃହରେ ସୋମବାର ଆୟୋଜିତ ଏକ ସ୍ବତନ୍ତ୍ର ବୈଠକରେ ବିଏମ୍‌ସିର ସମସ୍ତ କାର୍ଯ୍ୟକର୍ତ୍ତା ଏବଂ ଲୋକଙ୍କୁ ସଫଳତାର ଶ୍ରେୟ ଦେଇଥିଲେ ମେୟର। ଏଥିସହ ଖୁବ୍‌ଶୀଘ୍ର ସ୍ବଚ୍ଛ ସର୍ବେକ୍ଷଣ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଥିବାରୁ ଏଥର କିଭଳି ଭୁବନେଶ୍ୱରର ର଼୍ୟାଙ୍କ୍‌ ୮୦ରୁ ଉପରେ ରହିବ ସେନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସହରକୁ ସ୍ବଚ୍ଛ, ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। କାନ୍ଥବାଡ଼ଠାରୁ ଆରମ୍ଭ କରି ରାସ୍ତାଘାଟ ପର୍ଯ୍ୟନ୍ତ ସବୁ ସୁନ୍ଦର କରାଯାଉଛି। ଏହାବ୍ୟତୀତ ସଲିଡ୍‌ ଏବଂ ଲିକ୍ୱିଡ୍‌ ବର୍ଜକୁ ଠିକ୍‌ ଭାବେ ପରିଚାଳନା କରାଯାଉଛି। ସେହିପରି ସହରକୁ ସ୍ଲମ୍‌ ଫ୍ରି ସିଟି ଭାବେ ପରିଗଣିତ କରିବା ସହ ଶ୍ରେଷ୍ଠ ବାସୋପଯୋଗୀ ସହର ଭାବେ ପରିଣତ କରିବାକୁ ଚେଷ୍ଟା କରାଯାଉଥିବା ମେୟର ଦାସ କହିଥିଲେ।
କାର୍ଯ୍ୟକ୍ରମରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ କହିଲେ, ସହରର ବିକାଶ ଓ ଉନ୍ନତି କରିବା ନେଇ ବେଷ୍ଟ ପ୍ରାକ୍ଟିସ ପାଇଁ କର୍ପୋରେଟରମାନଙ୍କୁ ସୁରତ, ଇନ୍ଦୋର, ପୁଣେ ଭଳି ବିଭିନ୍ନ ରାଜ୍ୟକୁ ପଠାଯିବ। କର୍ପୋରେଟରମାନେ ସେଠାକୁ ଯାଇ ଉନ୍ନୟନମୂଳକ କାର୍ଯ୍ୟ ଦେଖିବା ସହ ଜ୍ଞାନ ଆହରଣ କରିବେ। ଚଳିତ ମାସରୁ ଏହି ପ୍ରକ୍ରିୟା ଆରମ୍ଭ ହେବାର ଯୋଜନା ରହିଛି। ସେହିପରି ହକି ବିଶ୍ୱକପ୍‌ ପାଇଁ କ୍ୟାମ୍ପେନ ମୋଡ୍‌ରେ ବିଭିନ୍ନ କାମ କରାଯିବ ବୋଲି କମିଶନର କହିଥିଲେ। ଏହା ବ୍ୟତୀତ ଆସନ୍ତା ୧୩ ତାରିଖ ମଧ୍ୟରେ ‘ମୁକ୍ତା’ ଯୋଜନାରେ ନିଜ ନିଜ ଓ୍ବାର୍ଡରେ ଥିବା ଖାଲି ଜାଗାରେ କେଉଁ ପ୍ରକଳ୍ପ କରାଯିବ ସେନେଇ ପ୍ରସ୍ତାବ ଦେବାକୁ କର୍ପୋରେଟରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିସହ ପ୍ରତି ଓ୍ବାର୍ଡରୁ ସର୍ବାଧିକ ୧୦ଟି ଲେଖାଏ ପ୍ରସ୍ତାବ ଦେବାକୁ କୁହାଯାଇଥିଲା। ବୈଠକରେ ଡେପୁଟି କମିଶନର ମଞ୍ଜୁଲତା କହଁର, ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୁର ବିକାଶ, ଡେପୁଟି କମିଶନର (ପରିମଳ) ଶୁଭେନ୍ଦୁ ସାହୁ, ସାନିଟେଶନ ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ ବିରଞ୍ଚତ୍ ନାରାୟଣ ମହାସୁପକାର, ସିଟି ଇଞ୍ଜିନିୟର ଅରୁଣ ନାୟକଙ୍କ ସମେତ କର୍ପୋରେଟରମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri