ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି ରକ୍ତାକ୍ତ ସଂଘର୍ଷ ସାରା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି।

ଆକ୍ରମଣର ଶିକାର ହୋଇଥିବା ମହିଳା ଜଣକ ହେଉଛନ୍ତି ବାଲିଆପଟା ବସ୍ତିର କନକଲତା ସାହୁ। ସୂଚନା ଅନୁଯାୟୀ, ଗୁରୁବାର ସତସଙ୍ଗ ବିହାର ପାର୍କ ନିକଟରେ ତାଙ୍କୁ ୫ରୁ ୬ ଜଣ ଦୁର୍ବୃତ୍ତ ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୋବାଇଲ୍ ଏବଂ ଟଙ୍କା ଚୋରିକୁ କେନ୍ଦ୍ର କରି ଏହି ବିବାଦ ସୃଷ୍ଟି ହୋଇଥିବା କୁହାଯାଉଛି। ଗତ ବୁଧବାର କନକଲତା ନିଜ ପଡ଼ୋଶୀଙ୍କ ବିରୋଧରେ ସହିଦ ନଗର ଥାନାରେ ମୋବାଇଲ୍ ଚୋରି ନେଇ ଏକ FIR ଦେଇଥିଲେ।

ଅଭିଯୁକ୍ତ ଜଣକ ଟଙ୍କା ଫେରସ୍ତ କରିବା ବାହାନାରେ କନକଲତାଙ୍କୁ ପାର୍କ ନିକଟକୁ ଡକାଇଥିଲେ। ସେ ସେଠାରେ ପହଞ୍ଚିବା ମାତ୍ରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ତାଙ୍କ ଉପରକୁ ଖଣ୍ଡା ସାହାଯ୍ୟରେ ମରଣାନ୍ତକ ଆକ୍ରମଣ କରିଥିଲେ।

ଖବର ପାଇ ସହିଦ ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ଜଣେ ଯୁବକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ବେଳେ ଅନ୍ୟ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?