ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା ଏବେ ଫେରାର୍ ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ମୃତ ଯୁବକ ପୁରୁଣା ଭୁବନେଶ୍ୱର ଅଞ୍ଚଳର। ସେ ଉକ୍ତ ଯୁବତୀଙ୍କ ସହ ଦୀର୍ଘ ୬ ମାସ ହେବ ‘ଲିଭ୍-ଇନ୍ ରିଲେସନସିପ୍’ରେ ରହୁଥିଲେ। ବିଳମ୍ବିତ ରାତିରେ ପୋଖରୀପୁଟର ଏକ ହୋଟେଲ୍ ରୁମ୍‌ରୁ ତାଙ୍କର ଝୁଲନ୍ତା ମୃତଦେହ ମିଳିଛି।

ଘଟଣାସ୍ଥଳରେ ଏୟାରଫିଲ୍ଡ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା, ସେ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା କୁଆଡେ ଗଲେ ଏବଂ ଉଭୟଙ୍କ ମଧ୍ୟରେ କୌଣସି ବିବାଦ ଥିଲା କି ନାହିଁ, ସେ ନେଇ ହୋଟେଲ୍ କର୍ମଚାରୀ ଓ ପରିବାର ଲୋକଙ୍କୁ ପଚରାଉଚରା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri