ଭୁବନେଶ୍ୱର, ୧୯।୭ (ବ୍ୟୁରୋ): ସହରାଞ୍ଚଳକୁ ଅଧିକରୁ ଅଧିକ ପରିବେଶ ଅନୁକୂଳ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱରରେ ୧୭୧୭ ବର୍ଷାଜଳ ଅମଳ ପ୍ରକଳ୍ପ କରାଯାଇଛି। ଓଡ଼ିଶା ସରକାରଙ୍କ ‘ମୁଖ୍ୟମନ୍ତ୍ରୀ କର୍ମ ତପତ୍ର ଅଭିଯାନ(ମୁକ୍ତା)’ କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କରାଯାଇଛି। ଭୂପୃଷ୍ଠ ଜଳସ୍ତର ବୃଦ୍ଧି ସହ କୁଶଳୀ ଓ ଅଣକୁଶଳୀ ଶ୍ରମିକ ତଥା ତୃଣମୂଳ ସ୍ତରର ମହିଳା ଏବଂ ଅନ୍ୟ କେତେକ ବର୍ଗଙ୍କୁ ବେଉସା ଯୋଗାଇବା ଏବଂ ସହରାଞ୍ଚଳର ପରିବେଶଗତ ବିକାଶକୁ ତ୍ୱରାନ୍ବିତ କରିବା ହେଉଛି ‘ମୁକ୍ତା’ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
ସମସ୍ତ ୬୭ ୱାର୍ଡ଼ରେ ବର୍ଷାଜଳ ଅମଳ ପ୍ରକଳ୍ପ କରାଯାଇଛି। ୱାର୍ଡ଼ଗୁଡ଼ିକରେ ଥିବା ବିଭିନ୍ନ ପାର୍କ, ସରକାରୀ ଖୋଲାସ୍ଥାନ, ଅନୁଷ୍ଠାନ ଓ ପଡ଼ିଆଗୁଡିକରେ ଏହି ପ୍ରକଳ୍ପ କରାଯାଇଛି। ଏହାର କାର୍ଯ୍ୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ଙ୍କ ହାତରେ ନ୍ୟସ୍ତ କରାଯାଇଛି। ୨୬୫ ଏସ୍ଏଚ୍ଜିରୁ ପ୍ରାୟ ୩ହଜାର ସଦସ୍ୟା ଏଥିରେ ସମ୍ପୃକ୍ତ ଅଛନ୍ତି। ଅନୁବନ୍ଧିତ ଏସ୍ଏଚ୍ଜିରୁ ସଦସ୍ୟା ଚୟନ କରାଯାଇ ପ୍ରକଳ୍ପର ପରିଚାଳନା ଭାର ଦିଆଯାଇଛି। ଏମାନେ ପ୍ରକଳ୍ପ ରୂପାୟନର ଏକ ଅଂଶୀଦାର ଭାବେ ରହିଛନ୍ତି, ଯାହା ଏହି ଯୋଜନାର ଅନ୍ୟତମ ଆଭିମୁଖ୍ୟ। ବର୍ତ୍ତମାନର ଭୂତଳ ଜଳସ୍ତର ନିମ୍ନଗାମୀ ହେଉଛି। ଏପରିସ୍ଥଳେ ‘ମୁକ୍ତା’ କାର୍ଯ୍ୟକ୍ରମ ଅଧୀନରେ ଭୂପୃଷ୍ଠ ଜଳକୁ ଭୂତଳକୁ ଛାଡ଼ିବା ଦ୍ୱାରା ଭୂତଳ ଜଳସ୍ତରର ବୃଦ୍ଧି କରିବାରେ ନିଶ୍ଚିତ ଭାବେ ସହାୟକ ହେବ ହେବ। ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ସଂଖ୍ୟକ ପ୍ରକଳ୍ପ କରାଯାଇଛି। ଏହା ଏକ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ ବୋଲି ବିଏମ୍ସି କମିଶନର ସଞ୍ଜୟ କୁମାର ସିଂହ କହିଛନ୍ତି। ଚଳିତବର୍ଷ ଏପ୍ରିଲ୍ ୧୩ରୁ ଜୁନ୍ ୩୦ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଇଛି। ଲକ୍ଡାଉନ୍ରେ ଏଭଳି ବିକାଶମୂଳକ ତଥା ପରିବେଶ ବନ୍ଧୁ କାର୍ଯ୍ୟକ୍ରମରେ ପ୍ରାୟ ୫୩ ହଜାର ଜଣ ଅଣକୁଶଳୀ ଓ ପ୍ରାୟ ୨୦ ହଜାର କୁଶଳୀ ଶ୍ରମିକ କାମ ପାଇ ସେମାନଙ୍କ ଗୁଜୁରାଣ ମେଣ୍ଟାଇ ପାରିଛନ୍ତି। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୭୩ ହଜାରଟି କାର୍ଯ୍ୟ ଦିବସ ସୃଷ୍ଟି କରାଯାଇ ପାରିଛି ବୋଲି ସିଟି ଇଞ୍ଜିନିୟର କହିଛନ୍ତି।
କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍ର ପ୍ରଥମ ବିଜୟ
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
Archives

