ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ ଲାଗି ଭୂମିପୂଜା

ଭୁବନେଶ୍ବର,୨ା୧୧(ବ୍ୟୁରୋ): ଆସନ୍ତା ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ମେକଇନ୍‌ ଓଡିଶା କନକ୍ଲେଭ-୨୦୨୨ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜନତା ମଇଦାନରେ ଭୂମି ପୂଜା ଉତ୍ସବ ଅନୁଷ୍ଠିତ ହୋଇଛି। ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଇଡ୍‌କୋ ଏବଂ ଇପିକଲର ଅଧ୍ୟକ୍ଷ ହେମନ୍ତ କୁମାର ଶର୍ମାଙ୍କ ଉପସ୍ଥିତିରେ ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂ ପୁନିଆ ଏହି ଭୂମି ପୂଜନ କାର୍ଯ୍ୟକୁ ସମାହିତ କରିଛନ୍ତି। ଏହି ଅବସରରେ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା କହିଛନ୍ତି, ୨୦୧୬ରେ ପ୍ରଥମ ଓ ୨୦୧୮ରେ ୨ୟ ସଂସ୍କରଣ ଆୟୋଜନ ପରେ ଏହା ହେଉଛି ମେକ୍‌ ଇନ୍‌ ଓଡ଼ିଶା କନକ୍ଳେଭର ୩ୟ ସଂସ୍କରଣ। ସୋମବାର ମୁଖ୍ୟମନ୍ତ୍ରୀ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ୱେବ୍‌ସାଇଟ୍‌ ଏବଂ ମୋବାଇଲ ଆପ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଉପଲକ୍ଷେ ପାଭିଲିୟନ୍‌ ନିର୍ମାଣ ପାଇଁ ଭୂମି ପୂଜନ କରାଯାଇଛି। ମେକ୍‌ ଇନ୍‌ ଓଡ଼ିଶାରେ ଯେଉଁମାନେ ଅଂଶଗ୍ରହଣ କରିବେ ସେମାନଙ୍କ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ସମସ୍ତ ପ୍ରସ୍ତୁତି ପାଇଁ ପ୍ରାୟ ୨୦ରୁ ୨୫ ଦିନ ଲାଗିବ। ଆୟୋଜିତ ଏହି ୫ ଦିନିଆ କନ୍‌କ୍ଳେଭକୁ ମୁଖ୍ୟମନ୍ତ୍ରୀ ନଭେମ୍ବର ୩୦ରେ ଉଦ୍‌ଘାଟନ କରିବେ। ଡିସେମ୍ବର ୧ରେ ପ୍ଲିନାରୀ ସେସନ୍‌ ଅନୁଷ୍ଠିତ ହେବ। ଓଡ଼ିଶାରେ ରସାୟନିକ, ଧାତବ, ଦକ୍ଷତା ବିକାଶ, ଷ୍ଟାର୍ଟଅପ୍‌, ସାର, ପରିବହନ, ଖାଦ୍ୟ ପ୍ରକ୍ରିୟାକରଣ, ବୟନ ଶିଳ୍ପ, ପୋଷାକ ଡିଜାଇନିଂ ପ୍ରସ୍ତୁତି, ବ୍ୟବସାୟିକ-କୃଷି ଆଦି କ୍ଷେତ୍ର ଭଳି ଉପଯୋଗୀ ଥିବା ବିଭିନ୍ନ କ୍ଷେତ୍ରରେ ଶିଳ୍ପପତିଙ୍କ ରହିଥିବା ଅଭିଜ୍ଞତା ଏବଂ ଓଡ଼ିଶାରେ ଥିବା ନୂଆ ନୂଆ ବ୍ୟବସାୟିକ ସମ୍ଭାବନାର ସୁଯୋଗ କିପରି ସେମାନେ ନେଇପାରିବେ ସେନେଇ ଆଲୋଚନା କରିବେ। ଡିସେମ୍ବର ୨ ଓ ୩ରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗଗୁଡିକର ଶିଳ୍ପ ନୀତି ସଂସ୍କରଣ ପ୍ରକାଶ ପାଇବ। ପାରାଦୀପ, ଧାମରା ଗୋପାଳପୁର ଓ ଆଗାମୀ ଦିନରେ ହେବାକୁ ଯାଉଥିବା ସୁବର୍ଣ୍ଣରେଖା ବନ୍ଦର, ଯେଉଁଠାରେ ଶିଳ୍ପପତିମାନେ ରପ୍ତାନିଭିତ୍ତିକ ବ୍ୟବସାୟ କରିବାକୁ ଚାହିଁବେ ସେମାନଙ୍କ ପାଇଁ ଏହି ସଂସ୍କରଣରେ ଗୁରୁତ୍ୱ ଦିଆଯିବ। କାର୍ଯ୍ୟକ୍ରମସ୍ଥଳର ୩ ପାର୍ଶ୍ୱରେ ପ୍ରଦର୍ଶନୀ ମଣ୍ଡପ, ମଝିରେ ପାଖାପାଖି ୨୦୦୦ ବ୍ୟକ୍ତିଙ୍କ ବସିବା ସୁବିଧା ସହିତ ବିଭିନ୍ନ ପର୍ଯ୍ୟାୟରେ ପ୍ରତ୍ୟହ ୨୦ ରୁ ୨୫ ହଜାର ଦର୍ଶକ ଏହାକୁ ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଉଛି। ଏଥି ସହିତ ବ୍ୟବସାୟିକ ଆଲୋଚନା ପାଇଁ ପ୍ଲିନାରୀ ହଲ, ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ପାଇଁ ଲାଉଞ୍ଜ, ସାଂସ୍କୃତିକ କାର୍ଯ୍ୟ ପରିବେଷଣ ପାଇଁ ପାଭିଲିୟନ ଆଦିର ବ୍ୟବସ୍ଥା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri