ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ ଅଧିକ ସ୍ମରଣୀୟ ଏବଂ ସ୍ବାଗତ କରିବା ଉଦ୍ଦେଶ୍ୟରେ ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ସ୍ଥାନୀୟ ଗାନ୍ଧୀପଡ଼ିଆରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିମୂର୍ତ୍ତି ଚରଣରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିପାଇଁ ସମଗ୍ର ଜିଲାରେ ଏକ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା। ଜିଲା ଚିକିସତ୍ାଳୟ ପରିସରରେ ବହୁ ରାମ ଭକ୍ତ ରକ୍ତଦାନ କରିଥିଲେ। ଶହୀଦ ଭଗତସେନା ପକ୍ଷରୁ ଭଦ୍ରକ କୁଆଁସ ଗଣେଶ ମନ୍ଦିରରେ ସ୍ବତନ୍ତ୍ର ପୂଜା ପାଠ ସାଙ୍ଗକୁ ଧାମନଗର ବ୍ଲକ ଗୋବିନ୍ଦପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଙ୍ଗଠନ ପକ୍ଷରୁ ଆବାହକ ସୀତାଂଶୁ ମହାପାତ୍ରଙ୍କ ଆବାହକତ୍ୱରେ ବୃକ୍ଷ ମୋର ଜୀବନ କାର୍ଯ୍ୟକ୍ରମ ମାଧ୍ୟମରେ ବୃକ୍ଷରୋପଣ କରାଯାଇଥିଲା। ବାବା ଲୋକନାଥଙ୍କ ପୀଠରେ ଅବସ୍ଥିତ ରାମ ପ୍ରତିମୂର୍ତ୍ତି ତଳେ କଳସ ସ୍ଥାପନ କରାଯାଇ ସ୍ବତନ୍ତ୍ର ପୂଜା ପାଠ କରାଯାଇଥିଲା। ଭଦ୍ରକ ସହରର ସନ୍ଥିଆ, ବଙ୍କସାହି ଛକ, ଗାନ୍ଧୀପଡ଼ିଆ ସମେତ ବହୁ ସ୍ଥାନରେ ମିଷ୍ଟାନ୍ନ ବଣ୍ଟନ କରାଯାଉଥିବା ଦେଖିବାକୁ ମିଳିଥିଲା। ମା’ ଭଦ୍ରକାଳୀଙ୍କ ପୀଠରେ ଭାଜପାର ବହୁ ନେତ୍ରୀ ଅଖଣ୍ଡ ଦୀପ ଦାନ କରିଥିଲେ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ଛକରେ ପ୍ରାୟ ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ ହୋଇଥିଲେ। ଗାନ୍ଧୀପଡ଼ିଆ ନିକଟରେ ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ହୋଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମିତିର ସଭାପତି ବରିଷ୍ଠ ଆଇନଜୀବୀ ରାୟ ରାମାନନ୍ଦ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବ୍ୟୋମକେଶ ସେନାପତି, ସମ୍ପାଦକ ଶରତ ପଢ଼ିଆରୀ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ଅଭିମନ୍ୟୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଗାନ୍ଧିପଡ଼ିଆରେ ଏକ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ କରାଯାଇଥିଲା। ବେଦବିଦ୍‌ ବୀରେନ୍ଦ୍ର ପଣ୍ଡା ଏବଂ ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟ ମନ୍ତ୍ର ପାଠ କରି ଭୂମିପୂଜନ କାର୍ଯ୍ୟ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri