ଭଦ୍ରକ ଗାନ୍ଧୀପଡ଼ିଆରେ ଭୂମିପୂଜନ: ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ

ଭଦ୍ରକ ଅଫିସ,୬ା୮- ଅଯୋଧ୍ୟାରେ ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଉପଲକ୍ଷେ ବୁଧବାର ଭୂମି ପୂଜନ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏହି ଐତିହାସିକ କାର୍ଯ୍ୟକୁ ଅଧିକ ସ୍ମରଣୀୟ ଏବଂ ସ୍ବାଗତ କରିବା ଉଦ୍ଦେଶ୍ୟରେ ଭଦ୍ରକର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ସ୍ଥାନୀୟ ଗାନ୍ଧୀପଡ଼ିଆରେ ପ୍ରଭୁ ଶ୍ରୀରାମଙ୍କ ପ୍ରତିମୂର୍ତ୍ତି ଚରଣରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିପାଇଁ ସମଗ୍ର ଜିଲାରେ ଏକ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା। ଜିଲା ଚିକିସତ୍ାଳୟ ପରିସରରେ ବହୁ ରାମ ଭକ୍ତ ରକ୍ତଦାନ କରିଥିଲେ। ଶହୀଦ ଭଗତସେନା ପକ୍ଷରୁ ଭଦ୍ରକ କୁଆଁସ ଗଣେଶ ମନ୍ଦିରରେ ସ୍ବତନ୍ତ୍ର ପୂଜା ପାଠ ସାଙ୍ଗକୁ ଧାମନଗର ବ୍ଲକ ଗୋବିନ୍ଦପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଙ୍ଗଠନ ପକ୍ଷରୁ ଆବାହକ ସୀତାଂଶୁ ମହାପାତ୍ରଙ୍କ ଆବାହକତ୍ୱରେ ବୃକ୍ଷ ମୋର ଜୀବନ କାର୍ଯ୍ୟକ୍ରମ ମାଧ୍ୟମରେ ବୃକ୍ଷରୋପଣ କରାଯାଇଥିଲା। ବାବା ଲୋକନାଥଙ୍କ ପୀଠରେ ଅବସ୍ଥିତ ରାମ ପ୍ରତିମୂର୍ତ୍ତି ତଳେ କଳସ ସ୍ଥାପନ କରାଯାଇ ସ୍ବତନ୍ତ୍ର ପୂଜା ପାଠ କରାଯାଇଥିଲା। ଭଦ୍ରକ ସହରର ସନ୍ଥିଆ, ବଙ୍କସାହି ଛକ, ଗାନ୍ଧୀପଡ଼ିଆ ସମେତ ବହୁ ସ୍ଥାନରେ ମିଷ୍ଟାନ୍ନ ବଣ୍ଟନ କରାଯାଉଥିବା ଦେଖିବାକୁ ମିଳିଥିଲା। ମା’ ଭଦ୍ରକାଳୀଙ୍କ ପୀଠରେ ଭାଜପାର ବହୁ ନେତ୍ରୀ ଅଖଣ୍ଡ ଦୀପ ଦାନ କରିଥିଲେ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ଛକରେ ପ୍ରାୟ ୫ ପ୍ଲାଟୁନରୁ ଅଧିକ ପୋଲିସ ମୁତୟନ ହୋଇଥିଲେ। ଗାନ୍ଧୀପଡ଼ିଆ ନିକଟରେ ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ହୋଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସମିତିର ସଭାପତି ବରିଷ୍ଠ ଆଇନଜୀବୀ ରାୟ ରାମାନନ୍ଦ ମହାପାତ୍ର, କାର୍ଯ୍ୟକାରୀ ସଭାପତି ବ୍ୟୋମକେଶ ସେନାପତି, ସମ୍ପାଦକ ଶରତ ପଢ଼ିଆରୀ, ଧାମନଗର ବିଧାୟକ ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ଅଭିମନ୍ୟୁ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଗାନ୍ଧିପଡ଼ିଆରେ ଏକ ଭବ୍ୟ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ କରାଯାଇଥିଲା। ବେଦବିଦ୍‌ ବୀରେନ୍ଦ୍ର ପଣ୍ଡା ଏବଂ ପଣ୍ଡିତ ସଂଗ୍ରାମ ଆଚାର୍ଯ୍ୟ ମନ୍ତ୍ର ପାଠ କରି ଭୂମିପୂଜନ କାର୍ଯ୍ୟ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri