ଘୋଡ଼ାଡିଆଁ ସେତୁ ଭୂମିପୂଜନ

ପରଜଙ୍ଗ, ୬।୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଘୋଡ଼ାଡିଆଁ ନାଳ ଉପରେ ବହୁ ପ୍ରତୀକ୍ଷିତ ସେତୁ ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ହୋଇଛି। ବିଧାୟକ ଡା. ନୃସିଂହ ଚରଣ ସାହୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଜୁ ସେତୁ ଯୋଜନାରେ ଏହି ବ୍ରିଜ୍‌ ନିର୍ମାଣ ହେବ। ଏଥିଲାଗି ୨ କୋଟି ୭୫ ଲକ୍ଷ ୫୩ ହଜାର ୭୧୨ ଟଙ୍କା ଅଟକଳ ଧାର୍ଯ୍ୟ କରାଯାଇଥିବାବେଳେ ଖୁବ୍‌ ଶୀଘ୍ର କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଘୋଡ଼ାଡିଆଁ ସେତୁ ପରଜଙ୍ଗ ସଦର ପଞ୍ଚାୟତରୁ ମୁଣ୍ଡେଇଲୋ ପଞ୍ଚାୟତକୁ ସିଧାସଳଖ ଯୋଡ଼ିବ। ଲୋକଙ୍କ ଯାତାୟାତ ସୁଗମ ହେବା ସହିତ ଯାତ୍ରା ଅବଧି କମିବ। ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ପରଜଙ୍ଗ ସରପଞ୍ଚ ପ୍ରିୟଜିତ୍‌ ସାମଲ, ଆଖୁଆପାଳ ସରପଞ୍ଚ ପ୍ରଦୀପ ବେହେରା, ସମିତିସଭ୍ୟ ମୀନକେତନ ସାମଲ, ଜିଲା ବିଜେଡି ଉପସଭାନେତ୍ରୀ ସିଷ୍ଟର ନିବେଦିତା, ବାବୁଲି ସାହୁଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଆମ୍ବପଳାସ ଗ୍ରାମର ୪୦ ହିତାଧିକାରୀଙ୍କୁ ବିଧାୟକ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଥିଲେ। ପରଜଙ୍ଗ ତହସିଲଦାର ଖଗେଶ୍ୱର ପାତ୍ର, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ସମିତିସଭ୍ୟ ନଗେନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri