Posted inଜାତୀୟ

ମୋଦି-ଶାହା-ନଡ୍ଡାଙ୍କୁ ହୃଦୟରୁ ଧନ୍ୟବାଦ ଦେଲେ ଭୂପେନ୍ଦ୍ର

ଗାନ୍ଧୀନଗର,୧୨।୯: ଗୁଜରାଟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଭୂପେନ୍ଦ୍ର ପଟେଲ। ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗୁଜରାଟରେ ରାଜନୈତିକ ସଙ୍କଟର ସମାଧାନ ପାଇଁ ରବିବାର ବିଧାନସଭା ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସର୍ବସମ୍ମତି କ୍ରମେ ଭୂପେନ୍ଦ୍ରଙ୍କ ନାମ ବଛା ଯାଇଥିଲା। ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହେବା ପରେ ନିଜର ପ୍ରଥମ ବିବୃତ୍ତିରେ ଭୂପେନ୍ଦ୍ର କହିଛନ୍ତି ଯେ, ମୁଁ ନରେନ୍ଦ୍ର ମୋଦି, ଅମିତ ଶାହା ଏବଂ ଜେପି ନଡ୍ଡାଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି। ସଂଗଠନ ସହ ମିଶିଆମେ ବିକାଶମୂଳକ କାର୍ଯ୍ୟକୁ ଆଗେଇ ନେବୁ ବୋଲି ସେ କହିଛନ୍ତି। ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୂପେନ୍ଦ୍ର ପଟେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଗୁଜରାଟରେ ଭାଜପାର ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଥିବାରୁ ଭୁପେନ୍ଦ୍ର ପଟେଲଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା। ମୁଁ ନିଶ୍ଚିତ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଏବଂ ନେତୃତ୍ୱରେ ରାଜ୍ୟର ନିରନ୍ତର ବିକାଶ ଯାତ୍ରା ନୂତନ ଶକ୍ତି ଏବଂ ଗତି ପାଇବ ଏବଂ ଗୁଜରାଟ ଉତ୍ତମ ଶାସନ ଏବଂ ଜନ କଲ୍ୟାଣରେ ଅଗ୍ରଣୀ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri