Posted inଜାତୀୟ

ଦ୍ୱିତୀୟ ଥର ଲାଗି ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ

ଅହମଦାବାଦ,୧୨ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଐତିହାସିକ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଶପଥଗ୍ରହଣ ସମାରୋହର ପ୍ରସ୍ତୁତି ଚାଲିଛି । ଭୁପେନ୍ଦ୍ର ପଟେଲ ଲଗାତାର ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ସୋମବାର ଅର୍ଥାତ୍ ୧୨ ଡିସେମ୍ବର ଦିନ ପ୍ରାୟ ୨ଟା ବେଳେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ଗାନ୍ଧିନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ । ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ମିଳିଥିବା ସୂଚନା ଅନୁଯାୟୀ, ନୂଆ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ସମାରୋହ ପୂର୍ବରୁ ରବିବାର ରାତିରେ ବଛାଯାଇଥିବା ବିଧାୟକଙ୍କୁ ଶପଥ ଗ୍ରହଣ ପାଇଁ ସୂଚନା ଦିଆଯାଇଛି । ଭାଜପା ପ୍ରଦେଶ ଅଧ୍ୟକ୍ଷ ସିଆର ପାଟିଲ ବଛାଯାଇଥିବା ବିଧାୟକଙ୍କୁ ଫୋନ ଯୋଗେ ଜଣାଇଥିଲେ କି ସୋମବାର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବାକୁ ଯାଉଛି । ଏବେ ପର୍ଯ୍ୟନ୍ତ ଯେଉଁମାନଙ୍କୁ ଶପଥ ଗ୍ରହଣ କରିବାକୁ ଫୋନ ମାଧ୍ୟମରେ ଜଣାଇ ଦିଆଯାଇଛି ସେମାନଙ୍କ ମଧ୍ୟରେ ପ୍ରାୟ ୧୭ ଜଣ ବିଧାୟକ ରହିଛନ୍ତି । ସେଥିପାଇଁ ଏମାନେ ନୂଆ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ହେବା ନିଶ୍ଚିତ ବୋଲି କୁହାଯାଉଛି କି ସୋମବାର ଶପଥ ଗ୍ରହଣ ସମାରୋହରେ ଏମାନଙ୍କୁ ମନ୍ତ୍ରୀ କରାଯିବ । ଏମାନଙ୍କ ମଧ୍ୟରେ କେତେଜଣ ନୂଆ ବିଧାୟକଙ୍କ ନାମ ରହିଛି ଯେଉଁମାନେ ପ୍ରଥମଥର ମନ୍ତ୍ରୀ ହେବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri