ଜୟନାରାୟଣଙ୍କୁ କଡ଼ା ସମାଲୋଚନା କଲେ ଭୂପିନ୍ଦର, କହିଲେ ଫୁଟ୍‌ବଲ ରେଫରି ଥିଲେ ସେଥିପାଇଁ ହୁଇସିଲ୍‌ ମାରିବା…

ଭୁବନେଶ୍ୱର,୧୩ା୧୨: ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ରଙ୍କୁ କଡ଼ା ସମାଲୋଚନା କରିଛନ୍ତି ବିଜେଡି ନେତା ଭୂପିନ୍ଦର ସିଂ। ସେ କହିଛନ୍ତି, ଭାଷାର ସଂଯମତା ରହିବା ଦରକାର। ତାଙ୍କ କଥାକୁ ଦଳରେ କେହି ଶୁଣୁନାହାନ୍ତି, କୌଣସି ଦାୟିତ୍ୱ ଦେଉନି ଦଳ। ଫୁଟବଲ ରେଫ୍‌ରି ଥିଲେ, ସେଥିପାଇଁ ହୁଇସିଲ୍‌ ମାରିବା କଥା କହୁଥିବେ। କୌଣସି ଦଳ ଭାଙ୍ଗେନା, ଆଇପିଏଲ ଭଳି ନେତା କିଣାବିକା ହେଉଛି। ବହୁତ ଖେଳାଳି ବାହାରିଲେଣି, ଆମ ଦଳରେ ଖେଳାଳି ରେଡ୍ଡି। ବିଜେଡି ସବୁବେଳେ ସମଦୂରତା ବଜାୟ ରଖିଛି ଆଉ ଆଗକୁ ରଖିବ ମଧ୍ୟ ବୋଲି ଭୂପିନ୍ଦର କହିଛନ୍ତି।

ସୂଚନାଯୋଗ୍ୟ, ଜୟନାରାୟଣ କହିଥିଲେ ଭାଜପା ଚାହୁଁନି ବିଜେଡି ଭାଙ୍ଗିଯାଉ। ଶତ୍ରୁ ବଞ୍ଚିରୁହନ୍ତୁ, ଅପମାନିତ ହୁଅନ୍ତୁ । ଭାଜପା ଯେଉଁଦିନ ହୁଇସିଲ୍‌ ମାରିବ ସେଦିନ ବିଜେଡି ଗୁଣ୍ଡଗୁଣ୍ଡ ହୋଇଯିବ। ଏମିତିକି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଭାଜପାକୁ ପଳେଇ ଆସିପାରନ୍ତି ବୋଲି କହିଥିଲେ। ଏଭଳି ବିସ୍ଫୋରକ ବୟାନ ଦେଇଥିବାରୁ ଆଜି କଡ଼ା ସମାଲୋଚନା କରିଛନ୍ତି ଭୂପିନ୍ଦର। କେବଳ ଏତିକି ନୁହେଁ, ଜୟନାରାୟଣ କହିଥିଲେ, ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ । ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ । ଦଳଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ। ମୁଁ ଶତ୍ରୁକୁ ମାରିବାକୁ ଚାହେଁନି, ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି ।

ବିଜେଡିକୁ ତାତ୍ସଲ୍ୟ କରି ସେ ଆହୁରି ମଧ୍ୟ କହିଥିଲେ, ଭାଜପା ଚାହୁଁନି ବିଜେଡି ଭାଙ୍ଗୁ। ଆମର ଲକ୍ଷ୍ୟ ନୁହେଁ ବିଜେଡି ଶୂନ କରିବା । ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ବାଗତ। ଆମର ରାଜ୍ୟ ସଭାରେ ଆବଶ୍ୟକତା ଅଛି। ବିଜେଡି କ’ଣ କରିବେ ଯଦି ସବୁ ଲୋକ ପଳେଇ ଆସିବେ, ନବୀନ ବି ପଳେଇ ଆସିବେ ବୋଲି ଜୟନାରାୟଣ ମିଶ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?