କାହିଁକି ବିଜେଡିର ପରାଜୟ ହେଉଛି ଖୋଲି କହିଦେଲେ ଭୂପିନ୍ଦର,ଦେବାଶିଷଙ୍କୁ….

ଭୁବନେଶ୍ୱର,୨୫।୧୧: ସାଂସଦ ଦେବାଶିଷ ସାମନ୍ତରାୟଙ୍କ କଥାକୁ ସମର୍ଥନ କଲେ ଭୂପିନ୍ଦର ସିଂ । ସେ କହିଛନ୍ତି, ଗତ ନିର୍ବାଚନରେ ବିଜୁ ପଟ୍ଟନାୟକଙ୍କ ପୋଷ୍ଟର ଦେଖିବାକୁ ମିଳିଲାନି। ନୂଆପଡ଼ା ଉପନିର୍ବାଚନରେ ମଧ୍ୟ ସମାନ କଥା ଦେଖିବାକୁ ମିଳିଲା। ବିଜୁ ପଟ୍ଟନାୟକଙ୍କୁ ହଟାଯିବା ପରଠୁ ବିଜେଡିର ପରାଜୟ ଆରମ୍ଭ ହୋଇଛି। ବିଜୁଙ୍କୁ ଛାଡ଼ି ବିଜେଡିର ପରିକଳ୍ପନା ଅସମ୍ଭବ ବୋଲି ସେ କହିଛନ୍ତି। ନୂଆପଡ଼ା ପ୍ରାର୍ଥୀ ଚୟନ ସମୟରେ କାହାର ମତାମତ ନିଆଗଲାନାହିଁ।ଏବେ ଉତ୍ତରାଧିକାରୀର କିଛି ଆବଶ୍ୟକତା ନାହିଁ। ବୀନ ପଟ୍ଟନାୟକ ଦଳର ନେତୃତ୍ବ ନିଅନ୍ତୁ ବୋଲି ଭୂପିନ୍ଦର କହିଛନ୍ତି।

ପୁଣି ପଦାରେ ପଡ଼ିଲା ବିଜେଡିର ବଡ଼ ଅନ୍ତଃକନ୍ଦଳ। ବରିଷ୍ଠ ଉପସଭାପତି ପଦ ଗ୍ରହଣ ପାଇଁ ମନା କଲେ ଦେବାଶିଷ ସାମନ୍ତରାୟ। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଚିଠି ପଠାଇ ଲେଖିଲେ, ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିଲା। ଆମ ପାର୍ଟି ବର୍ତ୍ତମାନ ନୂଆ ଆଇଡୋଲୋଜିରେ ଅଗ୍ରସର ହେଉଛି। କଣ ପାଇଁ ଗତ ନିର୍ବାଚନରେ ଦଳ ହାରିଲା ସ୍ବୀକାର କି ପ୍ରକାଶ କରାଗଲାନି।ମାତ୍ର ସବୁ କର୍ମୀଙ୍କ ପାଟିରେ ପରାଜୟ କାରଣ ପରିପ୍ରକାଶ ହେଉଛି।କେହି କୁହନ୍ତୁ ବା ନ କୁହନ୍ତୁ ୨୦୨୪ ପରାଜୟ କାରଣ ସମସ୍ତେ ଜାଣନ୍ତି।ବର୍ତ୍ତମାନ ସ୍ଥିତିରେ ଆପଣ ନିଜେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରନ୍ତୁ।ମୁଁ ବିଜେଡିର ଜଣେ ସାଧାରଣ କର୍ମୀ ଭାବେ କାମ କରି ଚାଲିବି ବୋଲି ଦେବାଶିଷ କହିଛନ୍ତି।

ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ମଙ୍ଗଳବାର ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri