ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ ପରିବାରର ଶୋଷ ମେଣ୍ଟାଉଥିଲା। ହେଲେ ଶୁଖିଲା ପାଗରେ ହଠାତ୍‌ ଭୁଶୁଡ଼ିଗଲା। ଫଳରେ ଲକ୍ଷାଧିକ ଟଙ୍କା ପାଣିରେ ପଡ଼ିଛି। ତା’ ସାଙ୍ଗକୁ ଏହା ଉପରେ ନିର୍ଭର କରୁଥିବା ଲୋକଙ୍କ ଜଳକଷ୍ଟ ମଧ୍ୟ ବଢ଼ିଛି। ଘଟଣା ଘଟିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଲଦା ପଞ୍ଚାୟତ ଅନ୍ତର୍ଗତ କଣ୍ଢେଇଖୋଲ ଗ୍ରାମରେ। ବିଭାଗୀୟ ଅବହେଳା ଏବଂ ନିମ୍ନମାନର କାମ ଯୋଗୁ ଏପରି ସମସ୍ୟା ଉପୁଜିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଥିରେ ବହୁ ଟଙ୍କାର ଦୁର୍ନୀତି ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ଯୋଗାଣ ବିଭାଗର ମିଳିତ ଆନୁକୂଲ୍ୟରେ ଚାଲିଥିବା ‘ବସୁଧା’ ଯୋଜନାରେ ଏହି ପ୍ରକଳ୍ପ ନିର୍ମାଣ ହୋଇଥିଲା। ଏଥିରେ ଖର୍ଚ୍ଚ ହୋଇଥିଲା ୧୦ ଲକ୍ଷ ଟଙ୍କା। ଟେଣ୍ଡରଧାରୀ ଠିକାଦାର ପେଟି କଣ୍ଟ୍ରାକ୍ଟରଙ୍କ ଦ୍ୱାରା କାମ କରାଇଥିଲେ। ମାସକ ତଳେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହ ପାଣି ଯୋଗାଣ ହୋଇଥିଲା। ଶୁକ୍ରବାର ସନ୍ଧ୍ୟାରେ ହଠାତ୍‌ ପ୍ରକଳ୍ପ ଭୁଶୁଡ଼ି ପଡ଼ିବା ସହ କୂଅରେ ସମସ୍ତ ସାମଗ୍ରୀ ପୋତି ହୋଇଯାଇଛି। ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହେଉଥିବା ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ହେଲେ ଏହାକୁ ଅତି ହାଲ୍‌କା ଭାବେ ନେଇଥିଲେ। ତେଣୁ ଏପରି ଘଟଣା ଘଟିଛି। ଏହି କାର୍ଯ୍ୟରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ତ୍ରିଲୋଚନ ପ୍ରଧାନ କୁହନ୍ତି, କୂଅ ଭିତରେ ଗୋଟିଏ ପାର୍ଶ୍ୱ ଦବିଯାଇଛି। ଠିକାଦାର ଅକ୍ଷୟ କୁମାର ମୁକୁଟଙ୍କୁ ପୁନର୍ବାର ନିର୍ମାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri