Posted inଖେଳ

ଶ୍ରୀଲଙ୍କା ପାଇଁ ଅପହଞ୍ଚ ହେଲା ୧୬୫ ରନ୍‌ର ଟାର୍ଗେଟ

କଲମ୍ବୋ,୨୫।୭: ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଭଳି ଟି୨୦ ସିରିଜ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି ଭାରତୀୟ ଦଳ। ଏଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଭାରତ ୩୮ ରନ୍‌ରେ ଜିତି ନେଇଛି। ଏହି ବିଜୟ ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଦଳ ୧-୦ର ଅଗ୍ରଣୀ ହାସଲ କରିଛି।

ସୂର୍ଯ୍ୟକୁମାର ଯାଦବ(୫୦)ଙ୍କ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୧୬୪ ରନ୍‌ କରିଥିଲା। ଦଳ ପାଇଁ ଅଧିନାୟକ ଧାଓ୍ବନ ୪୬ ଓ ସଞ୍ଜୁ ସାମସନ ୨୭ ରନ୍‌ କରିଥିଲେ। ଶ୍ରୀଲଙ୍କା ପାଇଁ ଦୁଶମନ୍ଥା ଚମିରା ଓ ଓ୍ବାନିନ୍ଦୁ ହାସାରଙ୍ଗା ହାତେଇଥିଲେ ୨ ଲେଖାଏ ଉଇକେଟ। ଭାରତ ପକ୍ଷରୁ ଧାର୍ଯ୍ୟ ୧୬୫ ରନ୍‌ର ବିଜୟ ଲକ୍ଷ୍ୟ ଶ୍ରୀଲଙ୍କା ପାଇଁ ଅପହଞ୍ଚ ସାବ୍ୟସ୍ତ ହୋଇଥିଲା। ଭାରତୀୟ ବୋଲରଙ୍କ ପ୍ରଭାବି ବୋଲିଂ ଯୋଗୁ ଘରୋଇ ଦଳ ମାତ୍ର ୧୨୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ବିଜୟୀ ଦଳ ପକ୍ଷରୁ ଉପ ଅଧିନାୟକ ଭୁବନେଶ୍ୱର କୁମାର ନେଇଥିଲେ ସର୍ବାଧିକ ୪ ଉଇକେଟ। ତାଙ୍କ ବ୍ୟତୀତ ଦୀପକ ଚହର ୨ ଉଇକେଟ ନେଇଥିବାବେଳେ କ୍ରୁନାଲ ପାଣ୍ଡ୍ୟା, ପଦାର୍ପଣକାରୀ ବରୁଣ ଚକ୍ରବର୍ତ୍ତୀ, ୟୁଜବେନ୍ଦ୍ର ଚହଲ ଓ ହାର୍ଦ୍ଦିକ ପାଣ୍ଡ୍ୟା ଗୋଟିଏ ଲେଖାଏ ସଫଳତା ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri