Posted inଖେଳ

ଭୁବନେଶ୍ୱରଙ୍କ ୨ ଓଭର ବୁଡ଼ାଇଦେଲା !

ନୂଆଦିଲ୍ଲୀ,୭।୯: ମହଙ୍ଗା ପଡ଼ିଲା ଇନିଂସର ୧୯ତମ ଓଭର। ଏଥିଯୋଗୁ ସୁପର-୪ ମୁକାବିଲାରେ ପ୍ରଥମେ ପାକିସ୍ତାନ ଏବଂ ପରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଛି ଟିମ୍‌ ଇଣ୍ଡିଆ। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। କାରଣ ଉଭୟ ମ୍ୟାଚ୍‌ରେ ଦଳ ଶେଷ ଓଭରରେ ହାରିଛି।

ଟି-୨୦ କ୍ରିକେଟରେ ଶେଷ ଓଭରର ଗୁରୁତ୍ୱ ଅଧିକ ଥାଏ। ବିଶେଷକରି ୧୯ତମ ଓଭରରେ। ଏଥିରେ ଚାପ ଅଧିକ କିମ୍ବା କମ୍‌ ଉପରେ ହିଁ ମ୍ୟାଚ୍‌ର ସ୍ଥିତି ନିର୍ଦ୍ଧାରିତ ହୋଇଥାଏ। ଭାରତ ଖେଳିଥିବା ଦୁଇଟି ଯାକ ମ୍ୟାଚ୍‌ରେ ଏହି ଗୁରୁତ୍ୱପୂର୍ଣ୍ଣ ଓଭରରେ ବୋଲିଂ ଦାୟିତ୍ୱ ଭୁବନେଶ୍ୱର କୁମାରଙ୍କୁ ଦିଆଯାଇଥିଲା। ତାଙ୍କ ଓଭରରେ ବ୍ୟାଟ୍ସମ୍ୟାନ୍‌ ଜବରଦସ୍ତ ବ୍ୟାଟିଂ କରିଥିଲେ। ଏଥିଯୋଗୁ ବିରୋଧୀ ଟିମ୍‌ ସହଜରେ ଲକ୍ଷ୍ୟ ହାସଲ କରିନେବାରେ ସଫଳ ହୋଇଥିଲା।

ପାକସ୍ତାନ ବିପକ୍ଷ ମ୍ୟାଚ୍‌ରେ ଦଳକୁ ଜିତିବା ଲାଗି ଶେଷ ଦୁଇ ଓଭରରେ ୨୬ ରନ୍‌ର ଆବଶ୍ୟକତା ଥିଲା। ହେଲେ ଭୁବନେଶ୍ୱର ୧୯ତମ ଓଭରରେ ବୋଲିଂ କରି ୧୯ ରନ୍‌ ଦେଇ ଦେଇଥିଲେ। ଏହାପରେ ପାକିସ୍ତାନ ସହଜରେ ଜିତି ଯାଇଥିଲା। ସେହିଭଳି ଶ୍ରୀଲଙ୍କା ବିପକ୍ଷରେ ସେ ୧୪ ରନ୍‌ ଦେଇଥିଲେ। ଫଳରେ ଶ୍ରୀଲଙ୍କା ସହଜରେ ଲକ୍ଷ୍ୟ ହାସଲ କରିନେଇଥିଲା। ଏହାକୁ ନେଇ ଭୁବନେଶ୍ୱର ୨ ଓଭରରେ ଭାରତକୁ ବୁଡ଼ାଇ ଦେଇଥିବା ନେଇ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri