Posted inଖେଳ

ବର୍ଷିଲେ ଗାଭାସ୍କର: ‘୧୯ତମ ଓଭର ପାଲଟିଲାଣି ଚିନ୍ତାର ବିଷୟ…ସବୁଥର ଦେଉଛନ୍ତି ଅଧିକ ରନ୍‌’

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ଟିମ୍‌ ଇଣ୍ଡିଆ। ଏହାକୁ ନେଇ ବିଭିନ୍ନ ମହଲରେ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏହି କ୍ରମରେ ଏବେ ମହାନ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ଖେଳାଳିଙ୍କୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି।

ସ୍ପୋଟ୍ସ ଟୁଡେ ସହ ବାର୍ତ୍ତାଳାପରେ ଗାଭାସ୍କର କହିଛନ୍ତି, ମୁଁ ଭାବୁନି ଯେ ଅଧିକ କାକର ପଡ଼ିଥିବ। ଆମେ କୌଣସି ଫିଲ୍ଡର ଏବଂ ବୋଲର୍‌ଙ୍କୁ ବଲ୍‌ ଶୁଖାଇବା ଲାଗି ତଉଲିଆ ବ୍ୟବହାର କରୁଥିବା ଦେଖିନାହୁଁ। ଏଣୁ ଏହି ବାହାନା ଚଳିବ ନାହିଁ। ଆମେ ଭଲ ବୋଲିଂ କରିନାହୁଁ। ଉଦାହରଣ ସ୍ବରୂପ ୧୯ତମ ଓଭର, ଏବେ ଯାହା ବାସ୍ତବିକ ଚିନ୍ତାର ବିଷୟ ପାଲଟିଛି। ଭୁବନେଶ୍ୱର କୁମାରଙ୍କ ଭଳି ବୋଲର୍‌ଙ୍କୁ ଯେତେବେଳେ ବି ବୋଲିଂ କରିବାକୁ ଦିଆଯାଉଛି, ବ୍ୟାଟ୍ସମ୍ୟାନ ଭଲ ରନ୍‌ ସଂଗ୍ରହ କରୁଛନ୍ତି। ପାକିସ୍ତାନ, ଶ୍ରୀଲଙ୍କା ଆଉ ଏବେ ଅଷ୍ଟ୍ରେଲିଆ ବିପକ୍ଷ ତିନୋଟି ମ୍ୟାଚ୍‌ର କେବଳ ୧୯ ତମ ଓଭରର ମୋଟ ୧୮ ବଲ୍‌ରେ ୪୯ରନ୍‌ ଦେଇଛନ୍ତି ସେ। ପ୍ରତିଟି ବଲ୍‌ରେ ଏହା ପ୍ରାୟ ୩ ରନ୍‌ ଭଳି। ତାଙ୍କ ଭଳି ଅନୁଭବୀ ଏବଂ କ୍ଷମତା ଥିବା ବୋଲର୍‌ଙ୍କଠାରୁ ୧୮ ବଲ୍‌ରେ ୩୫ରୁ ୩୬ରନ୍‌ ଦେବା ଆଶା କରାଯାଇପାରେ। ମାତ୍ର ଏବେର ସ୍ଥିତି ବାସ୍ତବରେ ଚିନ୍ତାର ବିଷୟ। ଏହାଛଡ଼ା ଦଳ ଭଲ ସ୍କୋର କରିଥିଲେ ହେଁ ମ୍ୟାଚ୍‌ରେ ବିଜେତା ହୋଇପାରୁ ନାହିଁ। ହେଲେ ବୁମ୍‌ରା ଫେରିଲେ ବୋଲିଂ ବିଭାଗ ମଜଭୂତ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri